ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରଥଯାତ୍ରା ପାଇଁ ପୁରୀ ରଥ ନିର୍ମାଣ ପାଇଁ ଗଲା ୫୫ ଖଣ୍ଡ କାଠ

ରିପୋର୍ଟ-ମାଗୁଣୀ ମିଶ୍ର 

ଭଞ୍ଜନଗର -୨୪/୪-: ଶ୍ରୀକ୍ଷେତ୍ରରେ ପ୍ରଭୁ ଜଗନ୍ନାଥଙ୍କ ରଥ ନିର୍ମାଣ ସକାଶେ ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ଓ ଦକ୍ଷିଣ ଘୁମୁସର ବନଖଣ୍ଡରୁ ଅନେକ ସମୟରେ ବହୁ ଉପଯୋଗୀ କାଠ ଯୋଗାଇ ଦିଆଯାଉଛି।ଏଥର ମଧ୍ୟ ଅକ୍ଷୟ ତୃତୀୟା ଠାରୁ ପୁରୀରେ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଥିବା ବେଳେ ଆଜି ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସନ ଗୁନାକିଆ ଜଙ୍ଗଲରୁ ୫୫ ଖଣ୍ଡ ରଥକାଠ ପୁରୀ ରଥଖଳା କୁ ପଠାଯାଇଛି। ଏ ନେଇ ଗୁନାକିଆ ଠାରେ ଶୁକ୍ରବାର ପୂଜାପାଠ ପରେ ରଥ କାଠ ଗାଡି ପୁରୀ ଅଭିମୁଖେ ବାହାରିଥିଲା । ଏହି ସମୟରେ ରାସ୍ତା କଡ଼ରେ ବହୁ ଶ୍ରଦ୍ଧାଳୁ ରଥ କାଠ ଗାଡ଼ିକୁ ସ୍ୱାଗତ କରିବା ସହ ପୂଜାର୍ଚ୍ଚନା କରିଥିଲେ। ପରେ ଭଞ୍ଜନଗର ଠାରେ ଥିବା ଡିଏଫଓ କାର୍ଯ୍ୟାଳୟ ଠାରେ ରଥ କାଠ ଗାଡି ପହଞ୍ଚିବା ପରେ ସେଠାରେ ପୂଜାର୍ଚ୍ଚନା କରାଯାଇଥିଲା । ଏହି ସମୟରେ ସେଠାରେ ଏସିଏଫ ବିବେକ କୁମାର ଦାସ, ଏସିଏଫ ବିମଳ କୁମାର ପ୍ରଧାନ, ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଡିଏଫଓ ହିମାଂଶୁ ଶେଖର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା।ଏହି ବନଖଣ୍ଡରୁ ରଥକାଠ ପୁରୀ କୁ ଯାଉଥିବାରୁ ଅଞ୍ଚଳବାସୀଙ୍କ ନିଜକୁ ଧନ୍ୟ ମନେ କରୁଛନ୍ତି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!