ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ

ବେଲଗୁଣ୍ଠା-ବର୍ତ୍ତମାନ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢୁଥିବା ବେଳେ ସକାଳ ୯ ଘଣ୍ଟା ପର ଠାରୁ ସନ୍ଧ୍ୟା ୫ ଘଣ୍ଟା ପର୍ଯ୍ୟନ୍ତ ଘରୁ ବାହାରକୁ ଗୋଡ଼ କାଢିବା ଅସମ୍ଭବ ହେଉଛି। ପ୍ରବଳ ଖରା ସହିତ ଅସହ୍ୟ ଗୁଳୁଗୁଳିରେ ଲୋକ ଛଟପଟ ହେଉଛନ୍ତି।ଏହି ଗରମ ଏବଂ ଗୁଳୁଗୁଳି ରାତିରେ ମଧ୍ୟ ଲାଗି ରହୁଛି। ଆଜି ସକାଳ ୯ ଘଣ୍ଟା ସମୟରେ ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମର ଜଗନ୍ନାଥ ସ୍ୱାଇଁ (୫୫) ନାମକ ଜଣେ ଭାଗଚାଷୀ ଗ୍ରାମର ପୋଖରୀ ହିଡ ପାର୍ଶ୍ୱରେ ଥିବା ନିଜ ଖତ ଗଦାରୁ ଟ୍ରାକ୍ଟର ଯୋଗେ ଖତ ବୋହି ନେଇ ନିଜ ଜମିରେ ଓହ୍ଲାଇବା ପରେ ସେ ଜମିରେ ଖତ ଖେଳାଉଥିବା ସମୟରେ ହଠାତ ଅସୁସ୍ଥ ଅନୁଭବ କରି ତଳେ ପଡ଼ିଯାଇଥିଲେ।ତାଙ୍କୁ ସଙ୍ଗେ ସଙ୍ଗେ ଗୋବରା ମେଡ଼ିକାଲକୁ ନିଆଯାଇଥିଲା। ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସକାଳ ଦଶ ଘଣ୍ଟା ସମୟରେ ଜଗନ୍ନାଥଙ୍କ ମୃତ୍ୟୁ ଘଟିଥିଲା। ଜଗନ୍ନାଥ ଧାନପୁଞ୍ଜା ପଲ୍ଲୀର ଆଳିୟ ସମାଜର ସଭାପତି ରୂପେ କାର୍ଯ୍ୟ ତୁଲାଇ ଆସୁଥିଲେ। ଜଗନ୍ନାଥଙ୍କ ଘରେ ତାଙ୍କ ସ୍ତ୍ରୀଙ୍କ ସମେତ ତିନି ଝିଅ ଏବଂ ଏକମାତ୍ର ପୁଅ ବର୍ତ୍ତମାନ ଜଗନ୍ନାଥଙ୍କୁ ହରାଇ ବେସାହାରା ହୋଇପାରିଛନ୍ତି।ସେ ଜଣେ ଗରିବ ଚାଷୀ ହୋଇଥିବା ସହ ତାଙ୍କର ଅଂଶୁଘାତ ଜନିତ ମୃତ୍ୟୁ ହୋଇ ଥିବାରୁ ତାଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମର ସମାଜସେବୀ କୃଷ୍ଣ ଚନ୍ଦ୍ର ସ୍ୱାଇଁ ସରକାରଙ୍କୁ ନିବେଦନ କରିଛନ୍ତି।

 

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!