ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପ୍ରବଳ ଝଡ ତୋଫାନ,ଭଞ୍ଜନଗର ରେ ବିଦ୍ୟୁତ୍ ସେବା ପ୍ରଭାବିତ

ରିପୋର୍ଟ-ମାଗୁଣୀ ମିଶ, ଭଞ୍ଜନଗର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଆଜି ସନ୍ଧ୍ୟା ସମୟରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପ୍ରାୟ ୧ ଘଣ୍ଟା ଧରି ହୋଇଛି। ବର୍ଷା ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଛୋଟ ବଡ଼ ଗଛ ଭାଙ୍ଗି ଯାଇଛି। କେତେକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ ଉପରେ ଗଛ ପଡ଼ିଯାଇଥିବା ଯୋଗୁଁ ବିଦ୍ୟୁତ୍ ସେବା ବ୍ୟାହତ ହୋଇଛି। ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାରେ ଏକାଧିକ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ିଛି। ଭଞ୍ଜନଗର ଦମକଳ ବାହୀନି କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଗମନା ଗମନ ସ୍ୱାଭାବିକ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ରାସ୍ତା ଉପରେ ଗଛ ପଡ଼ିବା ଯୋଗୁଁ କିଛି ଘଣ୍ଟା ପାଇଁ ଗମନା ଗମନ ବ୍ୟାହତ ହୋଇଛି। ଏଥିସହ କଣ୍ଟେଇ ପଲ୍ଲୀ ନିକଟରେ ଏକ କାର ଗାଡ଼ି ଉପରେ ଗଛ ପଡ଼ିଯାଇଛି। ଏହାଦ୍ୱାରା ଗାଡ଼ିଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି।ବର୍ଷା ଛାଡ଼ିବା ପରେ ଟାଟା ପାୱାର କର୍ମଚାରୀ ବିଦ୍ୟୁତ୍ ସେବା ସ୍ବାଭାବିକ କରିବା ପାଇଁ କାମ ଆରମ୍ଭ କରିଥିଲେ। କିନ୍ତୁ ଯେଉଁଭଳି ଭାବେ କ୍ଷତି ହୋଇଛି ବିଦ୍ୟୁତ୍ ସେବା ସ୍ବାଭାବିକ ହେବାକୁ କିଛି ଘଣ୍ଟା ଲାଗିଥିଲା। ଅନ୍ୟପଟେ ବର୍ଷା ଯୋଗୁଁ ତାପମାତ୍ରା ହ୍ରାସ ପାଇଛି। ଲୋକେ ଗରମରୁ ରକ୍ଷା ପାଇଥିବା ଆଲୋଚନା ହେଉଥିବା ବେଳେ ବୃକ୍ଷଲତା ଗୁଡ଼ିକ ମଧ୍ୟ ପାଣି ପାଇଛନ୍ତି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!