ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଘୁମୁସର ଉତ୍ତର ବନଖଣ୍ଡ ଦ୍ୱାରା ବେଆଇନ କାଠ ମିଲ୍ ଜବତ: ଟ୍ରାକ୍ଟର ସହ କାଠ ସାମଗ୍ରୀ ଜବତ

ବେଲଗୁଣ୍ଠା-୧୩/୬-ଘୁମୁସର ଉତ୍ତର ବନଖଣ୍ଡ ଡିଏଫଓ ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶ ଓ ମାର୍ଗଦର୍ଶନରେ କେନ୍ଦ୍ରୀୟ ବନ ସଂରକ୍ଷଣ ପରିସୀମାର କର୍ମଚାରୀମାନେ ଏକ ବଡ଼ଧରଣର ବେଆଇନ କାଠ ଚୋରାଚାଲାଣ ଉପରେ ଚଢ଼ାଉ କରି ସଫଳତା ହାସଲ କରିଛନ୍ତି।

ଗାଙ୍ଗପୁର ସେକ୍ସନ ଅଧୀନସ୍ଥ ଖଇରାପୁଟି ଗ୍ରାମରେ ଚାଲିଥିବା ଏହି ବେଆଇନ କାର୍ଯ୍ୟକଳାପ ଉପରେ ବନ ବିଭାଗ ପକ୍ଷରୁ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ, ଖଇରାପୁଟି ଗ୍ରାମରେ ଏକ ଟ୍ରାକ୍ଟର ଚାଳିତ ମୋବାଇଲ୍ (ପୋର୍ଟେବଲ୍) କାଠ ଚିରଟ ମେସିନ ସାହାଯ୍ୟରେ ବେଆଇନ ଭାବେ କାଠ ସାଇଜ୍ କରାଯାଉଥିଲା।

ଖବର ପାଇ ବନ ବିଭାଗ ଚଢ଼ାଉ କରି ଉକ୍ତ ଟ୍ରାକ୍ଟର ମାଉଣ୍ଟେଡ୍ ସ୍ଲାଇସିଂ ମେସିନକୁ ଜବତ କରିବା ସହ ସେଠାରୁ ପ୍ରାୟ ୦.୦୫୮ ଘନ ମିଟର (cum) ଆକାସିଆ କାଠ ମଧ୍ୟ ଜବତ କରିଛି।ଏହି ମିଳିତ ଅପରେସନରେ ଘୁମୁସର ଦକ୍ଷିଣ ବନଖଣ୍ଡର କର୍ମଚାରୀ ଏବଂ ଗାଙ୍ଗପୁର ଥାନା ପୋଲିସ ବାହିନୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ବନ ବିଭାଗ ପକ୍ଷରୁ ଏହି ଘଟଣାରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!