ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ଭତ୍ତା, ମୋବାଇଲ ଓ କାର୍ଡ ବାଣ୍ଟିଲେ ବିଧାୟକ

ରିପୋର୍ଟ -ମାଗୁଣୀ ମିଶ୍ର, ଭଞ୍ଜନଗର

 

ଭଞ୍ଜନଗର: ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ରେ ୧୬୩ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା କାର୍ଡ ଯୋଜନାରେ ୨୬୨ ଜଣଙ୍କୁ ରାସନ କାର୍ଡ, ଅଙ୍ଗନଓ୍ବାଡି କର୍ମୀ୍‌ମାନଙ୍କୁ ମୋବାଇଲ ଏବଂ ନିର୍ମାଣ ଶ୍ରମିକମାନଙ୍କୁ ଶ୍ରମିକ କାର୍ଡ ବଣ୍ଟନ କରିଥିଲେ। ରାଜ୍ୟରେ ଭାଜପା ସରକାର ଆସିବା ପରେ ବିକାଶର ଧାରା ଓଡ଼ିଶା ସାରା ଚାଲିଛି ବୋଲି ବିଧାୟକ ତାଙ୍କ ଅଭିଭାଷଣରେ କହିଥିଲେ। ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିକାଶର ଧାରା ଚାଲିଛି ବୋଲି ବିଧାୟକ କହିଥିଲେ। ବୈଠକରେ ବିଡିଓ ଭାରତୀ ଦେବୀ ଅଧ୍ୟକ୍ଷତା କରିଥିଲେ। ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ସଭାକୁ ସଂଯୋଜନା କରିଥିଲେ। ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ସହକାରୀ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ

 

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!