ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠା ପ୍ରେସ୍ କ୍ଲବ୍ ଓ ସମ୍ବାଦ ସାହିତ୍ୟ ଘର ପକ୍ଷରୁ ମିଳିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବେଲଗୁଣ୍ଠା-ପବିତ୍ର କର୍କଟ ସଂକ୍ରାନ୍ତି ଅବସରରେ ବେଲଗୁଣ୍ଠା ପ୍ରେସ୍ କ୍ଲବ୍ ଏବଂ ସାହିତ୍ୟ ଘରର ମିଳିତ ଆନୁକୂଲ୍ୟରେ ଏକ ବୃକ୍ଷରୋପଣ ତଥା ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ସ୍ଥାନୀୟ ପୋଖରିହୁଡା ଓ କେନାଲହିଡ ଅଞ୍ଚଳରେ କଦମ୍ବ, ଜାମୁ, ଅର୍ଜୁନ, ଅଶୋକ ଓ ବେଲ ଭଳି ବିଭିନ୍ନ କିସମର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଔଷଧୀୟ ବୃକ୍ଷ ଚାରା ରୋପଣ କରାଯାଇଥିଲା।

ବେଲଗୁଣ୍ଠା ପ୍ରେସ୍ କ୍ଲବ୍‌ ସଭାପତି ତଥା ସାହିତ୍ୟ ଘରର ସାଂଗଠନିକ ସମ୍ପାଦକ ପ୍ରଦ୍ୟୁମ୍ନ ପାତ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରେସ୍ କ୍ଲବ୍ ସମ୍ପାଦକ ଅଶ୍ୱିନୀ କୁମାର ମହାନ୍ତି, ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ବେହେରା, ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟ ଘର ଉପସଭାପତି ସୂର୍ଯ୍ୟନାରାୟଣ ତ୍ରିପାଠୀ, ସାହିତ୍ୟ ଘର ସମ୍ପାଦକ କାଶୀନାଥ ସାହୁ, ସାମ୍ବାଦିକ ଶିବରାମ ଚୌଧୁରୀ, ସଦାଶିବ ପାଣିଗ୍ରାହୀ, ମନୋଜ କୁମାର ପାତ୍ର ଏବଂ ତୋଫାନ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ଏହାସହିତ ପ୍ରେସ୍ କ୍ଲବ୍‌ ଉପଦେଷ୍ଟା ସନ୍ତୋଷ କୁମାର ବିଷୋୟୀ, ପଞ୍ଚାନନ ସାହୁ, ଏବଂ ପ୍ରଧାନ ଶିକ୍ଷକ ଶିଶିର କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କରିବା ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପରିବେଶ ସୁରକ୍ଷା ପାଇଁ କେବଳ ଗଛ ଲଗାଇବା ଯଥେଷ୍ଟ ନୁହେଁ, ବରଂ ସେଗୁଡ଼ିକର ସଠିକ୍ ଯତ୍ନ ଓ ସୁରକ୍ଷା ନେବା ନିହାତି ଜରୁରୀ ବୋଲି ପ୍ରକାଶ କରି ଏହି ଅବସରରେ ଉପସ୍ଥିତ ସମସ୍ତ ସଦସ୍ୟ ବୃକ୍ଷଗୁଡ଼ିକର ସମ୍ପୂର୍ଣ୍ଣ ଯତ୍ନ ନେବା ପାଇଁ ସଂକଳ୍ପ ଓ ଶପଥ ପାଠ କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!