ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକା (ଏସ୍‌.ଆଇ.ଆର୍.) ର ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଆରମ୍ଭ

ରିପୋର୍ଟ -ମାଗୁଣୀ ମିଶ୍ର, ଭଞ୍ଜନଗର 

ଭଞ୍ଜନଗର- :ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକା (ସ୍ୱତନ୍ତ୍ର ସଘନସଂଶୋଧନ–ଏସ୍‌.ଆଇ.ଆର୍.)ର ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ଇଲେକ୍ଟୋରାଲ୍ ରେଜିଷ୍ଟ୍ରେସନ୍ ଅଫିସର (ଇ.ଆର୍.ଓ.) ତଥା ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ, ଜଗନ୍ନାଥପ୍ରସାଦ ସ୍ଥିତ ଏନ୍‌.ପି. ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଯୁଧିଷ୍ଠିର ବିଦ୍ୟାପୀଠରେ ଆୟୋଜିତ ଭୋଟର ତାଲିକାରେ ସଂଯୋଜିତ ହୋଇନଥିବା ଭୋଟରମାନଙ୍କ ଶୁଣାଣି ଶିବିର ପରିଦର୍ଶନ କରିଥିଲେ। ଉକ୍ତ ଶୁଣାଣି ଶିବିରଗୁଡ଼ିକ ଏ.ଇ.ଆର୍.ଓ ଭଞ୍ଜନଗର ଏବଂ ଏ.ଇ.ଆର୍.ଓ ଜଗନ୍ନାଥପ୍ରସାଦଙ୍କ ଅଧୀନସ୍ଥ ବୁଥ୍‌ ଗୁଡ଼ିକର ଭୋଟର ତାଲିକାରେ ସଂଯୋଜିତ ହୋଇନଥିବା ଭୋଟରମାନଙ୍କ ପାଇଁ ଆୟୋଜିତ ହୋଇଥିଲା। ପରିଦର୍ଶନ ସମୟରେ ଉପଜିଲ୍ଲାପାଳ ଶୁଣାଣି ପ୍ରକ୍ରିୟାର ସାମଗ୍ରିକ ତଦାରଖ କରିଥିଲେ । ଏ.ଇ.ଆର୍.ଓ ମାନଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଥିବା ଭୋଟରମାନଙ୍କ ନିର୍ବାଚନ ଆୟୋଗଙ୍କ ଦ୍ୱାରା ନିର୍ଦ୍ଦିଷ୍ଟ ୧୩ଟି ଦସ୍ତାବେଜ ଅନୁଯାୟୀ ସଂଲଗ୍ନ କରିଥିବା ପ୍ରମାଣପତ୍ରର ଯାଞ୍ଚ, ସେଗୁଡ଼ିକର ସତ୍ୟତା ପରୀକ୍ଷା, ରେକର୍ଡ ସଂରକ୍ଷଣ ବ୍ୟବସ୍ଥା ଏବଂ ଉପସ୍ଥିତ ଭୋଟରମାନଙ୍କୁ ପ୍ରଦାନ କରାଯାଉଥିବା ସୁବିଧାର ସମୀକ୍ଷା କରିଥିଲେ। ଏହି ଅବସରରେ ଶ୍ରୀ ବେହେରା ସମ୍ପୃକ୍ତ ଅଧିକାରୀମାନଙ୍କୁ ଭାରତ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରି ଶୁଣାଣି ପ୍ରକ୍ରିୟାକୁ ସ୍ୱଚ୍ଛ, ନିରପେକ୍ଷ, ନିର୍ଭୁଲ ଏବଂ ସମୟବଦ୍ଧ ଭାବରେ ସମ୍ପନ୍ନ କରିବାକୁ ପରାମର୍ଶ ଦେଇଥିଲେ।

ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏହି ଶୁଣାଣି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ, ନିରପେକ୍ଷ ଓ ନିୟମାନୁସାରେ ସମ୍ପନ୍ନ କରାଯାଇ ଏକ ନିର୍ଭୁଲ ଏବଂ ବିଶ୍ୱସନୀୟ ଭୋଟର ତାଲିକା ପ୍ରସ୍ତୁତି ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!