ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠରେ ନୂତନ ପରିଚାଳନା କମିଟିକୁ ସ୍ୱାଗତ ସମ୍ବର୍ଦ୍ଧନ

ବେଲଗୁଣ୍ଠା– ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଘୁ.ନୁଆଗାଁ ସ୍ଥିତ ଡା ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠ ଠାରେ ନୂତନ ଭାବେ ଗଠିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ନେଇ ଏକ ଆନୁଷ୍ଠାନିକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିବା ବେଳେ ସ୍ୱତନ୍ତ୍ର ଅତିଥି ଭାବେ ଯୁବ ସଂଗଠକ ତଥା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ ଯୋଗଦେଇ ବିଦ୍ୟାଳୟରେ ସର୍ବାଙ୍ଗୀନ ଉନ୍ନତି ଓ ଗୁଣାତ୍ମକ ଶିକ୍ଷାର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।

ବିଦ୍ୟାଳୟର ଶତ ପ୍ରତିଶତ ଉପସ୍ଥାନ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ପରିଚାଳନା କମିଟି ବିଦ୍ୟାଳୟର ସାମୁହିକ ବିକାଶରେ ପ୍ରତ୍ୟକ୍ଷ ଜଡ଼ିତ ରହିବା ପାଇଁ ବିଧାୟକ ଶ୍ରୀ ବିଷୋୟୀ ପରାମର୍ଶ ଦେଇଥିଲେ ।ଏହି ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ବିଷୋୟୀ ଅଧ୍ୟକ୍ଷତା କରିଥିବା ବେଳେ ରାଘବ ଚନ୍ଦ୍ର ନାୟକ, ସରପଞ୍ଚ ଅଚ୍ୟୁତାନନ୍ଦ ସାହୁଙ୍କ ସମେତ ବିକ୍ରମାଦିତ୍ୟ ତ୍ରିପାଠୀ, ବିବେକାନନ୍ଦ ସାହୁ,ଟୁନା ସେଠୀ,ଦୀନବନ୍ଧୁ ସ୍ୱାଇଁ, ହୀରା ନାୟକ,ଭାଗ୍ୟଲତା ସେଠୀ, ରବୀନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ବିଷ୍ଣୁ ପ୍ରସାଦ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା ଓ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ପ୍ରଦୀପ୍ତ କୁମାର କର ଓ ସୁନନ୍ଦ କୁମାର ତ୍ରିପାଠୀ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!