ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଏନ୍‌ପିଏସ୍‌ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର-(ମାଗୁଣି ମିଶ୍ର ): ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଏନ୍‌ପିଏସ୍‌ ଶିକ୍ଷକ ସଂଘ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି। ବ୍ଲକ ସଭାପତି ଜଗଦ୍ଦୀଶ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଶାନ୍ତ କୁମାର ସାମନ୍ତରା,ଲୁଲୁ ପଟ୍ଟନାୟକ,ସବିତା କୁମାରୀ ପତି ଓ ସୁଷମା ରାୟଗୁରୁଙ୍କୁ ମାନପତ୍ର ଉତ୍ତରୀୟ ଓ ଫଳକ ଦେଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ କର୍ମମୟ ଜୀବନ ସଂର୍ପକରେ ଅତିଥି ମାନେ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏବିଇଓ ସୂର୍ଯ୍ୟ ନାଇକ,ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଦନମୋହନ ରଥ,ପ୍ରାକ୍ତନ ପ୍ରଧାନ ଶିକ୍ଷକ ସରୋଜକାନ୍ତ ଶତପଥୀ,ବରିଷ୍ଠ ଶିକ୍ଷକ ସିଦ୍ଧାର୍ଥ କୁମାର ଶତପଥୀ,ସଞ୍ଜୟ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହିଥିଲେ। ଏହି ଅବସରରେ ଶିକ୍ଷକ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶାରେ ଶିକ୍ଷକ ମାନେ ଅନ୍ୟ ରାଜ୍ୟର ଶିକ୍ଷକଙ୍କ ତୁଳନାରେ ଅବହେଳିତ ଅବସ୍ଥାରେ ଅଛନ୍ତି। ଏନ୍‌ପିଏସ୍‌ ଅଧୀନରେ ଥିବା ଶିକ୍ଷକମାନେ ଅବସର ପରେ ପୂର୍ଣ୍ଣ ପେନସନ ପାଉନଥିବା ନେଇ ମଧ୍ୟ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏନ୍‌ପିଏସ୍‌ ଅଧୀନରେ ଥିବା ଶିକ୍ଷକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପୁରୁଣା ପେନସନ ଯୋଜନା ଲାଗୁ କରିବା ସହ ଶିକ୍ଷକଙ୍କୁ ଉପଯୁକ୍ତ ଆର୍ଥିକ ସୁରକ୍ଷା ପ୍ରଦାନ କରିବାକୁ ମତପ୍ରକାଶ ପାଇଥିଲା। ଏହାକୁ ଶିକ୍ଷୟିତ୍ରୀ ପ୍ରଭାତୀ ମଞ୍ଜରୀ ବେହେରା ସଂଯୋଜନା କରିଥିବା ବେଳେ ବିଭୂ ପ୍ରସାଦ ମହାପାତ୍ର, ମୋହନ ସାହୁ ପ୍ରାରମ୍ଭିକ ସଙ୍ଗୀତ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ମନୋଜ ବେହେରା, ଆଶାଲତା ବେହେରା, ଶିଶିର କାନ୍ତ ପତି, ଶିବାଶିଷ ବେହେରା, ଭକ୍ତବନ୍ଧୁ ବିଷୋୟୀ, କାଳୀ ଚରଣ ସେଠୀ, ଅବିନାଶ ପଣ୍ଡା, ଗଙ୍ଗାଧର ପଣ୍ତା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!