ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପଟେଲ ରୋଡ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ–ଅଭିଭାବକ ବୈଠକ

ବେଲଗୁଣ୍ଠା (୧୩/୦୮): ବେଲଗୁଣ୍ଠା ବାଙ୍କ ବଜାର ସ୍ଥିତ ପଟେଲ ରୋଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷାର ଉନ୍ନତି ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏକ ଶିକ୍ଷକ–ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଅଗ୍ରଗତି, ନିୟମିତ ଉପସ୍ଥାନ ଓ ଶିକ୍ଷାର ମାନ ବୃଦ୍ଧି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ବୈଠକରେ ବିଦ୍ୟାଳୟ ଉପଦେଷ୍ଟା ଭି. ଦେବୀ ପ୍ରସାଦ ପାତ୍ର ଯୋଗଦେଇ ବିଦ୍ୟାଳୟର ସାମଗ୍ରିକ ବିକାଶରେ ଶିକ୍ଷକ ଓ ଅଭିଭାବକଙ୍କ ସମନ୍ୱିତ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଶିକ୍ଷକ ଦେବୀ ପ୍ରସାଦ ନାୟକ, ଶିକ୍ଷୟିତ୍ରୀ ଅଳକା ପ୍ରଧାନ ଓ ଶିବ ରଞ୍ଜନୀ ସାହୁ ଉପସ୍ଥିତ ରହି ଶିକ୍ଷାର ଗୁଣବତ୍ତା ବୃଦ୍ଧି ନେଇ ନିଜ ନିଜର ମତାମତ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ସହଯୋଗୀ ପ୍ରକାଶ ଚନ୍ଦ୍ର ଡାକୁଆ, କାଶୀନାଥ ସାହୁ ଓ ମଧୁସୂଦନ ଦାସ ଉପସ୍ଥିତ ରହି ବିଦ୍ୟାଳୟର ଶିକ୍ଷା ପରିବେଶକୁ ଆହୁରି ଉନ୍ନତ କରିବା ଦିଗରେ ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଇଥିଲେ।

ବୈଠକରେ ଅଭିଭାବକମାନେ ମଧ୍ୟ ସକ୍ରିୟ ଭାବେ ଅଂଶଗ୍ରହଣ କରି ନିଜ ନିଜର ମତାମତ ଓ ପରାମର୍ଶ ଉପସ୍ଥାପନ କରିଥିଲେ। ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ବିକାଶ ପାଇଁ ବିଦ୍ୟାଳୟ ଓ ଅଭିଭାବକଙ୍କ ମଧ୍ୟରେ ନିୟମିତ ଯୋଗାଯୋଗ ଏବଂ ସହଯୋଗ ଜାରି ରଖିବା ଉପରେ ସମସ୍ତେ ମତପ୍ରକାଶ କରିଥିଲେ। ଶେଷରେ, ଏହି ବୈଠକଟି ଶିକ୍ଷାର୍ଥୀଙ୍କ ସର୍ବାଙ୍ଗୀଣ ବିକାଶ ଦିଗରେ ଏକ ସକାରାତ୍ମକ ଓ ପ୍ରଶଂସନୀୟ ପଦକ୍ଷେପ ବୋଲି ମତପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!