ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗରରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ: ଦେଶପ୍ରେମ ଓ ଉତ୍ସାହର ସହ ପାଳିତ ହେଲା ସ୍ବାଧୀନତା ଦିବସ ଶୋଭାଯାତ୍ରା

ଭଞ୍ଜନଗର (ମାଗୁଣି ମିଶ୍ର): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟିର ଯୌଥ ଆନୁକୂଲ୍ୟରେ ଏକ ବିଶାଳ ‘ହର ଘର ତ୍ରିରଙ୍ଗା’ ଶୋଭାଯାତ୍ରା ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ଉଦ୍‌ଘାଟନୀ ସଭାକୁ ଶୁଳପାଣି ଶତପଥୀ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ ଓ ପୌରପରିଷଦ କାର୍ଯ୍ୟ ନୀର୍ବାହୀ ଅଧିକାରୀ ପ୍ରମୁଖ ଯୋଗ ଦେଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ।

ଏହି ତ୍ରିରଙ୍ଗା ଶୋଭାଯାତ୍ରାଟି ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟଠାରୁ ବାହାରି ମୁଖ୍ୟ ସଡ଼କ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଭେଜିପୁଟ ଦେଇ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ନାସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାରେ ‘ହର ଘର ତ୍ରିରଙ୍ଗା’ ନାରାରେ ସମଗ୍ର ଭଞ୍ଜନଗର ସହର କମ୍ପିଉଠିଥିଲା। ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କ ମିଳିତ ସହଯୋଗରେ ସହରର ବାତାବରଣ ସମ୍ପୂର୍ଣ୍ଣ ଦେଶପ୍ରେମମୟ ହୋଇଉଠିଥିଲା।

ଶୋଭାଯାତ୍ରା ଶେଷରେ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଏକ ଉଦ୍‌ଯାପନୀ ସଭା ଅନୁଷ୍ଠିତ ହୋଇଥିଲା, ଯାହାକୁ ସାମାଜିକ କର୍ମୀ ମୁରଲୀଧର ପଣ୍ଡା ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ, ବୁଦ୍ଧିଜୀବୀ ଓ ସରକାରୀ କର୍ମଚାରୀ ସାମିଲ ହୋଇ ଦେଶପ୍ରେମର ବାର୍ତ୍ତା ବାଣ୍ଟିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!