ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠାରେ ଚୋରା ମୋବାଇଲ୍ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ପଶ୍ଚିମବଙ୍ଗର ୨ ଗିରଫ,୨୬ ମୋବାଇଲ,୩୯ ବ୍ୟାଟେରୀ ଓ ସିମ୍ କାର୍ଡ ଜବତ ।

ବେଲଗୁଣ୍ଠା-୧୬/୪-ବେଲଗୁଣ୍ଠା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ସହରର ବେଦ୍ରୀ ସାହି ଅଞ୍ଚଳରେ ଚାଲିଥିବା ଏକ ଚୋରା ମୋବାଇଲ୍ କାରବାର ଉପରେ ଚଢ଼ାଉ କରି ପୋଲିସ ଦୁଇଜଣ ଅନ୍ତଃରାଜ୍ୟ ଅପରାଧୀଙ୍କୁ ଗିରଫ କରିଛି ।ଗିରଫ ଅଭିଯୁକ୍ତମାନେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ବେଲଗୁଣ୍ଠା ବେଦିରି ସାହିରେ ଏକ ଭଡ଼ା ଘରେ ରହି କିଛି ବ୍ୟକ୍ତି ବେଆଇନ କାର୍ଯ୍ୟକଳାପ ଚଳାଉଥିବା ନେଇ ପୋଲିସ ନିକଟରେ ଖବର ପହଞ୍ଚିଥିଲା। ପୋଲିସ ଏହି ସ୍ଥାନରେ ଚଢ଼ାଉ କରିବା ସମୟରେ ବିପୁଳ ପରିମାଣର ଚୋରା ମୋବାଇଲ୍ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରିଥିଲା।ଜବତ ହୋଇଥିବା ସାମଗ୍ରୀ ମଧ୍ୟରେ ୨୬ଟି ବିଭିନ୍ନ କମ୍ପାନୀର ଚୋରା ମୋବାଇଲ୍ ଫୋନ୍ ,୩୯ଟି ମୋବାଇଲ୍ ବ୍ୟାଟେରୀ,୧୬ଟି ବିଭିନ୍ନ ଟେଲିକମ୍ କମ୍ପାନୀର ସିମ୍ କାର୍ଡ,ଗୋଟିଏ ହିରୋ ହୋଣ୍ଡା ସ୍ପ୍ଲେଣ୍ଡର ପ୍ରୋ ମୋଟରସାଇ କେଲ୍,ଗୋଟିଏ ଟିଭିଏସ୍ ଏକ୍ସେଲ୍ ମୋପେଡ୍ ରହିଥିବା ବେଲଗୁଣ୍ଠା ପୋଲିସ ସୂଚନା ଦେଇଛି।ଗିରଫ ଦୁଇ ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ମାଲଦା ଜିଲ୍ଲାର ହରିଶ୍ଚନ୍ଦ୍ରପୁର ଥାନା ଅଞ୍ଚଳର ତାଲଗାଛି ଗ୍ରାମର ଆଶ୍ରାଫୁଲ୍ ହକ୍ (୪୨) ଓ ଖିଦିରପୁର୍ ଗ୍ରାମର ନୁରୁଲ୍ ଇସଲାମ୍ (୩୦) । ସେମାନେ ଏଠାରେ ଫେରିବାଲା ଭାବେ କାମ କରିବା ଆଳରେ ଚୋରା ମୋବାଇଲ୍ କାରବାର କରୁଥିବା ସନ୍ଦେହ କରାଯାଉଛି।ଏହି ମାମଲାରେ ବେଲଗୁଣ୍ଠା ପୋଲିସ କେସ୍ ନଂ- ୧୭୮/୨୬ ଅନୁଯାୟୀ ଏକ ମାମଲା ରୁଜୁ କରିଛି। ଭାରତୀୟ ନ୍ୟାୟ ସଂହିତା ଧାରା ୩୩୧(୪), ୩୩୧(୩), ୩୦୫, ୩୩୬(୩), ୩୪୦(୨) ଏବଂ ୩(୫) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଗ୍ୟାଙ୍ଗ ସହ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ଏବଂ ଏହି ମୋବାଇଲ୍ ଗୁଡ଼ିକ କେଉଁଠାରୁ ଚୋରି ହୋଇଥିଲା, ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ବୋଲି ଥାନାଧିକାରୀ ରେବତୀ ଶବର ପ୍ରକାଶ କରିଛନ୍ତି।

ବ୍ୟୁରୋ ରିପୋର୍ଟ

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!