ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

୧୭ ଏପ୍ରିଲ କଳା ଦିବସ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶାଣିତ ଆକ୍ରମଣ

ଭୁବନେଶ୍ୱର: ବ୍ୟୁରୋ:ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ନେଇ ରାଜନୀତି ସରଗରମ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ, ବିଶେଷ କରି କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ସେ କହିଛନ୍ତି ଯେ, ସଂସଦ ଓ ବିଧାନସଭାରେ ମହିଳାଙ୍କ ସଂଖ୍ୟା ବୃଦ୍ଧି ହେଉ ବୋଲି କଂଗ୍ରେସ କେବେବି ଚାହୁଁନାହିଁ। ମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ଦେଶର ୧୪୦ କୋଟି ଜନସଂଖ୍ୟା ମଧ୍ୟରୁ ପ୍ରାୟ ଅଧା ମହିଳା ଏବଂ ଆଜି ସେମାନେ ପ୍ରତିଟି କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରମାଣିତ କରିଛନ୍ତି। ରାଜନୀତିରେ ସେମାନଙ୍କ ଉଚିତ ଭାଗିଦାରୀ ପାଇଁ ମୋଦୀ ସରକାର ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ, କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ଏହି ବିଲ୍‌କୁ ବିରୋଧ କରୁଛନ୍ତି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ୨୭୨ ଜଣ ମହିଳା ସଂସଦକୁ ନିର୍ବାଚିତ ହୋଇ ଆସିବେ, ଯାହା ବିରୋଧୀ ସହିପାରୁ ନାହାନ୍ତି।

ନାରୀଶକ୍ତିକୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶପଥ ନେଇଛନ୍ତି। ଯେଉଁମାନେ ଭାବୁଛନ୍ତି କି ଏହି ପ୍ରକ୍ରିୟାକୁ ସେମାନେ ରୋକିଦେବେ, ସେମାନେ ଭ୍ରମରେ ଅଛନ୍ତି। ୨୦୨୯ ସୁଦ୍ଧା ଏହି ଆଇନ ଲାଗୁ ହେବ ଏବଂ ମହିଳାମାନେ ‘ଲ’ ମେକର’ ବା ଆଇନ ପ୍ରଣୟନକାରୀ ସାଜିବେ। ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ ଗଠନ ପାଇଁ ମହିଳାମାନଙ୍କୁ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ସମାନ ଅଧିକାର ଦେବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ । ବିରୋଧୀ ଦଳଗୁଡ଼ିକ ମହିଳା ସଶକ୍ତିକରଣର ମୁଖା ପିନ୍ଧି କେବଳ ଭାଷଣ ଦେଉଛନ୍ତି, କିନ୍ତୁ ସଂସଦରେ ସେମାନଙ୍କର ପ୍ରକୃତ ରୂପ ପଦାରେ ପଡ଼ିଛି ବୋଲି ସେ ସିଧାସଳଖ ଆକ୍ରମଣ କରି କହିଛନ୍ତି । ତାଙ୍କ ସହିତ ବରିଷ୍ଠ ବିଜେପି ନେତ୍ରୀ ବାଂସୁରୀ ସ୍ୱରାଜ ମଧ୍ୟ ନାରି ଅଧିନିୟମ ଆଇନ କୁ ନେଇ ବିରୋଧୀଙ୍କ ଉପରେ ବର୍ଷିଥିଲେ ।

ଆଗାମୀ ଦିନରେ ମହିଳାମାନେ ସେମାନଙ୍କ ଅଧିକାର ସଙ୍କୁଚିତ କରୁଥିବା ଏହି ବିରୋଧୀ ଦଳଗୁଡ଼ିକୁ ଉଚିତ ଜବାବ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!