ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ-ଦିବସ ୨୦୨୬-୨୭

ରିପୋର୍ଟ -ମାଗୁଣୀ ମିଶ୍ର 

 

ଭଞ୍ଜନଗର-୨୦/୦୪ : ପବିତ୍ର ଅକ୍ଷୟ ତୃତୀୟା ଦିବସ ପାଳନ ଅବସରରେ, ଜିଲ୍ଲା ସ୍ତରୀୟ କୃଷକ ଦିବସ କୃଷି ବିଜ୍ଞାନ କେନ୍ଦ୍ର, ଭଞ୍ଜନଗର , ବେଣାକୁନ୍ଦ। ଠାରେ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ, ଇସ୍ପାତ ଏବଂ ଖଣିଜ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ସର୍ବପ୍ରଥମେ ମାଟିମାଙ୍କୁ ପୂଜାର୍ଚ୍ଚନା ସହ ହଳକରି ‘ଅଖିମୁଠି ଅନୁକୂଳ’ ଶୁଭାରମ୍ଭ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଉପସ୍ଥିତ ରହି କୃଷକମାନଙ୍କ ଚାଷ କାର୍ଯ୍ୟକୁ ଉତ୍ତମରୂପେ ଆଗକୁ ନେବା ପାଇଁ ପ୍ରୋତ୍ସାହିତ କରିଥିଲେ। ଏହି ଅବସର ରେ ‘ସିଏମ୍ କିଷାନ ସହାୟତା’ ଯୋଜନା ଅନ୍ତର୍ଗତ ଖରିଫ-୨୦୨୬ ନିମନ୍ତେ ସହାୟତା ରାଶି ଡି.ବି.ଟି ମଧ୍ୟମ ରେ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲାର ୨୪୧୫୩୧ ଜଣ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୪୮କୋଟି ୩୦ଲକ୍ଷ ୬୨ ହଜାର ଟଙ୍କା ହସ୍ତାନ୍ତର କରାଯାଇଛି। ଜିଲ୍ଲାର ୨୨ଟି ବ୍ଲକ୍ ର କୃଷକମାନେ ଏଥିରେ ସାମିଲ ଅଛନ୍ତି। ଏଥିମଧ୍ୟରୁ ୨୩୫୯୩୨ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୫୫୯୯ ଜଣ ଭୂମିହୀନ କୃଷି ପରିବାର ପ୍ରତ୍ୟେକଙ୍କୁ ୨୦୦୦ ଟଙ୍କା ଲେଖାଏଁ ଡି.ବି.ଟି ମାଧ୍ୟମରେ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ,ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ନୀଳମଣି ବିଷୋୟୀ, ଜିଲ୍ଲାପାଳ ଶ୍ରୀ କୀର୍ତ୍ତି ଭାସନ ଭି, ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା , ଜିଲ୍ଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ନିଳମାଧବ ପାତ୍ର, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଅଜୟ କୁମାର କର, ସ୍ଥାନୀୟ ବିଡ଼ିଓ ,ତହସିଲଦାର ସହିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଅତିଥିମାନେ କୃଷକମାନଙ୍କୁ ପ୍ରଶଂସା ସହ କୃଷି କ୍ଷେତ୍ରରେ ନୂତନ ପ୍ରଯୁକ୍ତି ବିନିଯୋଗ କରିବାକୁ ଆହ୍ୱାନ ଜାଣାଇଥିଲେ। ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା କହିଥିଲେ, “ଓଡ଼ିଶାର କୃଷକମାନେ ରାଜ୍ୟର ଅର୍ଥନୀତିର ମୁଖ୍ୟ ସ୍ତମ୍ଭ , ସରକାର ସମସ୍ତ ସହଯୋଗ ପ୍ରଦାନ କରିବେ।” ଏହି ଅନୁଷ୍ଠାନ କୃଷକମାନଙ୍କୁ ପ୍ରୋତ୍ସାହିତ କରିବା ସହିତ କୃଷି ବିଜ୍ଞାନ କେନ୍ଦ୍ରର କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ବଢ଼ାଇଛି। ଜମିରେ ସାର ପ୍ରୟୋଗ କରିବା ଉଦ୍ଦେଶ୍ୟ ରେ ଏକ ସଚେତନ ରଥ ର ଶୁଭାରମ୍ଭ ମାନ୍ୟବର ମନ୍ତ୍ରୀ ଶ୍ରୀ ଜେନା ଙ୍କ ଦ୍ଵାରା ହୋଇଥିଲା, ଏହା ବିଭିନ୍ନ ଗ୍ରାମାଞ୍ଚଳ ଭ୍ରମଣ କରି ଜମିରେ ସାର ପ୍ରୟୋଗ ଓ କୃଷକ ପଞ୍ଜି କରଣ ସଚେତନ କରିବ ।ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଡ. ଅଜୟ କୁମାର କର ଓ ସହାୟକ କୃଷି ଅଧିକାରୀ ଦିବ୍ୟା ହେନ୍ତା ମଞ୍ଚ ପରିଚାଳନା କରିଥିଲେ । ଜିଲ୍ଲା କୃଷି ଅଧିକାରୀ ବ୍ୟମୋକେଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଭଞ୍ଜନଗର ବ୍ଲକ କୃଷି ଅଧିକାରୀ ଶ୍ରୀ ସଂଗ୍ରାମ କୁମାର ସେନାପତି ଏବଂ କର୍ମଚାରୀ ମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!