ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଗଞ୍ଜାମ ଜିଲ୍ଲାରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ପ୍ରଶାସନ ତରଫରୁ ୧୧୧ ଯୋଡ଼ିଙ୍କ ସମ୍ପନ୍ନ ହେଲା ବିବାହ

ରିପୋର୍ଟ – ଅଶ୍ୱିନୀ କୁମାର ମହାନ୍ତି

ବ୍ରହ୍ମପୁର-୨୧ /୪: ଗଞ୍ଜାମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଲନ୍ଥରା ନିକଟସ୍ଥ ମା’ ସିଦ୍ଧ ଭୈରବୀ ମନ୍ଦିର ପ୍ରାଙ୍ଗଣରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୧୧୧ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ, ଖଣି ଓ ଇସ୍ପାତ ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ ଏବଂ ୪୫୦୦୦ ଟଙ୍କା ସହାୟତା ରାଶି ଚେକ୍ ମାଧ୍ୟମରେ ପ୍ରଦାନ କରିଥିଲେ। ଏହି ବିବାହ ଉତ୍ସବରେ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ୍,ବ୍ରହ୍ମପୁର ଉପ-ଜିଲ୍ଲାପାଳ ଶ୍ରୀ ଅବିନାଶ କୁମାର, ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି, ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତୀକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ।

ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ।

ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା।

ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!