ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପୋଖରୀରେ ବୁଡି ଦିବ୍ୟାଙ୍ଗ ନାବାଳିକାଙ୍କ ମୃତ୍ୟୁ

ବେଲଗୁଣ୍ଠା-୧୬/୦୫-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗାଙ୍ଗପୁର ଥାନା ଅଧୀନସ୍ଥ ନୁଣିପଡ଼ା ଶାସନ ଛକରେ ରହୁଥିବା ନୁଣିପଡ଼ା ଗ୍ରାମର ଶ୍ରୀଧର ଗୌଡଙ୍କ ନଅ ବର୍ଷର ଦିବ୍ୟାଙ୍ଗ ଝିଅ ଲକ୍ଷ୍ମୀ ଗୌଡ଼ ଓରଫ କୁନ୍ତଳା ଆଜି ସକାଳ ନଅ ଘଣ୍ଟା ସମୟରେ ନିକଟରେ ଥିବା ମିଲ୍ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲା।କିନ୍ତୁ ଦଶଟା ହେଲାପରେ ମଧ୍ୟ ସେ ଘରକୁ ନଆସିବାରୁ ତାର ପରିବାର ଲୋକେ ଖୋଜାଖୋଜି କରିଥିଲେ। ପୋଖରୀ ହିଡରେ ତାର ପୋଷାକ ଥିବାରୁ ସେ ପୋଖରୀକୁ ଗାଧୋଇବାକୁ ଆସିଥିବା ଜାଣିପାରି ସ୍ଥାନୀୟ ଲୋକେ ପୋଖରୀ ଭିତରେ ଖୋଜାଖୋଜି କରିଥିଲେ।ପରେ ମୂମୂର୍ଷୁ ଅବସ୍ଥାରେ ଲକ୍ଷ୍ମୀକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସଙ୍ଗେ ସଙ୍ଗେ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।ସେଠାରେ ଡାକ୍ତର ଲକ୍ଷ୍ମୀକୁ ମୃତ ଘୋଷଣା କରିଥିଲେ।ଖବର ପାଇ ଗାଙ୍ଗପୁର ପୋଲିସ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି କୁନ୍ତଳାର ଶବକୁ ଜବତ କରିବା ସହ ଏକ ଅପମୃତ ମାମଲା ରୁଜ୍ଜୁ କରି ସେଠାରେ ତାର ଶବକୁ ବ୍ୟବଚ୍ଛେଦ କରାଇ ପରିବାରକୁ ଶବ ହସ୍ତାନ୍ତର କରିଥିଲେ।ଲକ୍ଷ୍ମୀର ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାର ପରିବାରକୁ ଆର୍ଥିକ ସହଯୋଗ ଯୋଗାଇଦେବା ପାଇଁ ଶାସନର ପୂର୍ବତନ ସରପଂଚ ସଞ୍ଜୟ ପ୍ରଧାନ ଦାବି କରିଛନ୍ତି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!