ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

୩୫ ହଜିଲା ମୋବାଇଲ ଫେରି ପାଇଲେ ହିତାଧିକାରୀ

ରିପୋର୍ଟ-ମାଗୁଣୀ ମିଶ୍ର, ଭଞ୍ଜନଗର

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଆଜି ବର୍ଷର ଦ୍ଵିତୀୟ ‘ମୋବାଇଲ ମେଳା’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୋଟ ୩୫ଟି ହଜିଥିବା ମୋବାଇଲକୁ ଉଦ୍ଧାର କରି ପୂର୍ବ ଅଭିଯୋଗ ଅନୁସାରେ ସେଗୁଡ଼ିକର ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଆଜିର ଏହି ବଣ୍ଟନ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ, ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଏସଆଇ ଲଷ୍ମୀଧର ମହାନ୍ତି, ଏସଆଇ ଜ୍ୟୋସ୍ନା ସାହୁ ଏବଂ ଏଏସଆଇ ବିଦେଶୀ ବେହେରାଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।

ସମସ୍ତ ହିତାଧିକାରୀ ନିଜର ହଜିଯାଇଥିବା ମୋବାଇଲ ପାଇବା ଆଶା ସମ୍ପୂର୍ଣ୍ଣ ଛାଡ଼ି ଦେଇଥିଲେ ମଧ୍ୟ ଭଞ୍ଜନଗର ପୋଲିସ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ମୋବାଇଲଗୁଡ଼ିକୁ ଠାବ କରିବାରେ ସଫଳ ହୋଇଛି। ପୁଣିଥରେ ନିଜ ଫୋନ୍ ଫେରି ପାଇଥିବାରୁ ସେମାନେ ପୋଲିସ ପ୍ରଶାସନକୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ମଧ୍ୟ ଭଞ୍ଜନଗର ପୋଲିସ ପକ୍ଷରୁ ୫ଟି ମୋବାଇଲ ମେଳାର ଆୟୋଜନ କରାଯାଇ ବିଭିନ୍ନ ସ୍ଥାନରୁ ହଜିଥିବା ୧୫୦ରୁ ଊର୍ଦ୍ଧ୍ବ ନାମିଦାମୀ କମ୍ପାନୀର ମୋବାଇଲ ଉଦ୍ଧାର କରାଯାଇ ପ୍ରକୃତ ମାଲିକମାନଙ୍କୁ ଫେରସ୍ତ କରାଯାଇଛି

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!