ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଓପିଏସସି ପରୀକ୍ଷାରେ ଗାଙ୍ଗପୁର ଥାନା ଅଧିକାରୀଙ୍କ କନ୍ୟାଙ୍କ ବଡ଼ ସଫଳତା: ପ୍ରଥମ ପ୍ରଚେଷ୍ଟାରେ ସଫଳତା ପାଇଲେ କ୍ଷଣପ୍ରଭା

ବେଲଗୁଣ୍ଠା-ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ପୂର୍ବତନ ବେଲଗୁଣ୍ଠା ଥାନା ଅଧିକାରୀ ତଥା ବର୍ତ୍ତମାନର ଗାଙ୍ଗପୁର ଥାନା ଅଧିକାରୀ ବନବିହାରୀ ପ୍ରଧାନଙ୍କ ସୁକନ୍ୟା କ୍ଷଣପ୍ରଭା ପ୍ରଧାନ ରାଜ୍ୟରେ ୫୨ ନମ୍ବର ରାଙ୍କ୍ ହାସଲ କରି କୃତକାର୍ଯ୍ୟ ହୋଇଛନ୍ତି। କ୍ଷଣପ୍ରଭା ନିଜର ପ୍ରଥମ ପ୍ରଚେଷ୍ଟାରେ ହିଁ ଏହି ବଡ଼ ସଫଳତା ପାଇ ନିଜ ପରିବାର ଏବଂ ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି।

କ୍ଷଣପ୍ରଭାଙ୍କ ନିଜ ଘର ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରେ। ସେ ନିମାପଡ଼ା କଲେଜରୁ ଜଣେ ମେଧାବୀ ଛାତ୍ରୀ ଭାବେ ଯୁକ୍ତ ଦୁଇ ଏବଂ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ। ଏହାପରେ ସେ ପ୍ରସିଦ୍ଧ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନ ବିଭାଗରେ ସ୍ନାତକୋତ୍ତର ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ‘ନାଇଜର’ ଅଧୀନରେ ପିଏଚ୍‌ଡି  କରୁଥିବା ବେଳେ ଓଡ଼ିଶା ପ୍ରଶାସନିକ ସେବାରେ ଯୋଗଦେଇ ଜନସେବା କରିବା ପାଇଁ ଲକ୍ଷ୍ୟ ରଖି ନିଜର ପ୍ରସ୍ତୁତି ଆରମ୍ଭ କରିଥିଲେ।

ଭୁବନେଶ୍ୱରରେ ରହି ଦୈନିକ ୧୦ ରୁ ୧୨ ଘଣ୍ଟା କଠିନ ପରିଶ୍ରମ କରି ସେ ଏହି ସଫଳତା ପାଇଥିବା କଥା ପ୍ରକାଶ କରିଛନ୍ତି। କ୍ଷଣପ୍ରଭା ନିଜର ଏହି ସଫଳତା ପଛରେ ବାପା ବନବିହାରୀ ପ୍ରଧାନ, ମାଆ ସସ୍ମିତା ପ୍ରଧାନଙ୍କ ସମେତ ଗୁରୁଜନମାନଙ୍କ ଆଶୀର୍ବାଦ ଓ ପ୍ରେରଣା ରହିଛି ବୋଲି କହିଛନ୍ତି।

କ୍ଷଣପ୍ରଭାଙ୍କ ଏହି ଅଦ୍ଭୁତପୂର୍ବ ସଫଳତା ପାଇଁ ଗାଙ୍ଗପୁର ଥାନାର ସମସ୍ତ ପୋଲିସ କର୍ମଚାରୀ, ବେଲଗୁଣ୍ଠା ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର, ଉପସଭାପତି ପ୍ରଭାତ ସାହୁ, ସମ୍ପାଦକ ଅଶ୍ୱିନୀ ମହାନ୍ତି, ଉପଦେଷ୍ଟା ସନ୍ତୋଷ କୁମାର ବିଷୋୟୀ, ବରିଷ୍ଠ ସାମ୍ବାଦିକ ସୂର୍ଯ୍ୟନାରାୟଣ ତ୍ରିପାଠୀ, ସୁଶାନ୍ତ ବେହେରାଙ୍କ ସମେତ ସମସ୍ତ ସାମ୍ବାଦିକ ଏବଂ ଗାଙ୍ଗପୁର ଓ ବେଲଗୁଣ୍ଠା ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ସାଧୁବାଦ ଓ ଶୁଭେଚ୍ଛା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!