ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁରରେ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

ବ୍ରହ୍ମପୁର: ମଇ ୩୦ ତାରିଖ ଶନିବାର ସକାଳେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଏହି ପଦଯାତ୍ରା କମାପଲ୍ଲୀ ଛକ ଓ ଉପଜିଲ୍ଲାପାଳଙ୍କ ବାସଭବନ ଦେଇ ପୁଣି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶେଷ ହୋଇଥିଲା। ଉପଜିଲ୍ଲାପାଳ ଶ୍ରୀ ଅବିନାଶ କୁମାରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପଦଯାତ୍ରାରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ତହସିଲଦାର , ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ରିନା କୁମାରୀ ନାୟକ, ଡେପୁଟି କଲେକ୍ଟର ଶ୍ରୀ ସୁବ୍ରତ ରାମ ବିରାମ ଶତପଥୀ ଏବଂ ନିର୍ବାଚନ ଡେପୁଟି କଲେକ୍ଟର ଶ୍ରୀ ଅଲେଖ ରଞ୍ଜନ ମହାଙ୍କୁଡ ପ୍ରମୁଖ ଯୋଗଦେଇଥିଲେ। ଏଥିସହ ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ, ସମସ୍ତ ବି ଏଲ ଓ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ପଦଯାତ୍ରାରେ ସାମିଲ ହୋଇ ଏସ ଆଇ ଆର୍ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ। ପଦଯାତ୍ରାରେ ସାମିଲ ହୋଇଥିବା ସମସ୍ତେ ହାତରେ ସଚେତନତା ପ୍ଲାକାର୍ଡ ଧରି ଭୋଟର ତାଲିକାର ସଠିକତା ଓ ଏସ ଆଇ ଆର ର ଆବଶ୍ୟକତା ସମ୍ପର୍କରେ ଅବଗତ କରାଇଥିଲେ l ୩୦ ମେ ୨୦୨୬ ଠାରୁ ୨୮ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୁଥ ସ୍ତରୀୟ ଅଧିକାରୀ ମାନେ ଘରକୁ ଘର ଯାଇ ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କରିବେ। ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଭୋଟରଙ୍କୁ BLO ଙ୍କୁ ସହଯୋଗ କରିବା ସହ ଆବଶ୍ୟକ ପ୍ରମାଣପତ୍ର ପ୍ରସ୍ତୁତ ରଖିବାକୁ ଅନୁରୋଧ କରାଯାଉଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!