ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ମୋଟରସାଇକେଲ ଧକ୍କାରେ ଜଣେ ମୃତ

ରିପୋର୍ଟ -ବଂଶୀଧର ଗୌଡ଼ 

ବେଲଗୁଣ୍ଠା- ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଛକରେ ମୋଟରସାଇକେଲ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ଖୁକୁଣ୍ଡିଆ ଗ୍ରାମର ଚିତ୍ତରଞ୍ଜନ ବିଶ୍ଵାଳ (୬୨)। ଏନେଇ ଚିତ୍ତରଞ୍ଜନଙ୍କ ଭଣଜା ମିଥୁନ ବରାଡ (୩୬) ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ମିଥୁନଙ୍କ ଅଭିଯୋଗ ପ୍ରକାରେ ଆଜି ଦିନ ଏକ ଘଣ୍ଟା ତିରିଶି ମିନିଟ୍ ସମୟରେ ଚିତ୍ତରଞ୍ଜନ ଗାଙ୍ଗପୁର ବ୍ୟାଙ୍କ୍ ରେ କାମ ସାରି ନିଜ ଗ୍ରାମକୁ ଫେରୁଥିବା ସମୟରେ ସିଙ୍ଗିପୁର ଛକରେ ପରିସ୍ରା ଯିବା ପାଇଁ ନିଜ ସ୍କୁଟି ରଖିଥିଲେ। ସେ ରାସ୍ତା ପାର୍ଶ୍ୱରେ ପରିସ୍ରା କରୁଥିବା ସମୟରେ ଆସିକା ପଟୁ OD07BB9324 ନମ୍ୱର୍ ବିଶିଷ୍ଟ ଏକ ମୋଟସାଇକେଲ ଆସି ଚିତ୍ତରଞ୍ଜନଙ୍କ ଆଗପଟୁ ଜୋର୍ ରେ ଧକ୍କା ଦେଇଥିଲା। ଫଳରେ ଚିତ୍ତରଞ୍ଜନ ରାସ୍ତା ଉପରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ଖବର ପାଇ ମିଥୁନ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଚିତ୍ତରଞ୍ଜନଙ୍କୁ ସାଙ୍ଗ ସାଥିଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଚିତ୍ତରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୋଟରସାଇକେଲ ଚାଳକଙ୍କ ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନା ଯୋଗୁଁ ହିଁ ଦୁର୍ଘଟଣା ଘଟିଥିବା ନେଇ ମିଥୁନ ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଗାଙ୍ଗପୁର ଥାନାରେ ୨୪୯/୨୬ ରେ ଏକ ମାମଲା ରୁଜୁ କରାଯାଇ ଏସ୍. ଆଇ ବିନାୟକ ବିଧାର ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବନବିହାରୀ ପ୍ରଧାନ ସୂଚନା ଦେଇଛନ୍ତି। ଆସିକାରେ ଚିତ୍ତରଞ୍ଜନଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!