ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବିଶ୍ଵ ପରିବେଶ ଦିବସ: ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକଙ୍କୁ ପ୍ରକୃତିବନ୍ଧୁ -୨୦୨୬ ଏବଂ ନେଟଙ୍ଗା ସବୁଜ ବାହିନୀକୁ ପ୍ରକୃତି ମିତ୍ର -୨୦୨୬ ସମ୍ମାନ

ବେଲଗୁଣ୍ଠା-ପରିବେଶ ସୁରକ୍ଷା କ୍ଷେତ୍ରରେ ବେଲଗୁଣ୍ଠା ବ୍ଲକର ବିଭିନ୍ନ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ଆଜି ବିଶ୍ୱପରିବେଶ ଦିବସ ଅବସରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପୁରସ୍କୃତ ହୋଇଛନ୍ତି।ଏହି ଅବସରରେ ବେଲଗୁଣ୍ଠା ବ୍ଳକ୍ ଆର୍ଯ୍ୟକନ୍ୟା ଗୁରୁକୂଳର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ ପରିବେଶ ସୁରକ୍ଷା ଦିଗରେ ନିଜର ନିଷ୍ଠାପର କାର୍ଯ୍ୟ ପାଇଁ ପ୍ରକୃତି ବନ୍ଧୁ -୨୦୨୬ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ନଗଦ ଦଶ ହଜାର ଟଙ୍କାର ଚେକ୍ ଏବଂ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଏହି ଅବସରରେ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିଶ୍ଵ ପରିବେଶ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ବିଜେପି ସଭାପତି ସରୋଜ କୁମାର ସାବତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସୋନି ଖୋଖର, ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ଛତ୍ରପୁର ଓଏସଏପି ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟ ସାରଦା ପ୍ରସାଦ ଦାଶ,ଇକୋ କ୍ଲବ୍ ର ଜିଲ୍ଲା ସଂଯୋଜକ ଶଙ୍କର ନାରାୟଣ ବେଜ ପ୍ରମୁଖ ଉପସ୍ଥିତ ରହି ଏହି ପୁରସ୍କାର ପ୍ରଦାନ କରିଥିଲେ। ପ୍ରକାଶ ଥାଉକି ଗତବର୍ଷ ଶ୍ରୀ ସେଠୀଙ୍କ ତତ୍ତ୍ଵାବଧାନରେ ତନରଡ଼ା ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରକୃତି ମିତ୍ର ସମ୍ମାନ -୨୦୨୫ ରେ ସମ୍ମାନିତ ହୋଇଥିଲା। ସେହିପରି ବ୍ଳକ୍ ର ନେଟଙ୍ଗା ଗ୍ରାମର ସବୁଜ ବାହିନୀ ଅନୁଷ୍ଠାନ ପରିବେଶ ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମ, ଜନ ସଚେତନତା ଏବଂ ମେଗା ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ପାଇଁ ଚଳିତ ବର୍ଷ ପ୍ରକୃତି ମିତ୍ର -୨୦୨୬ ସମ୍ମାନରେ ସମ୍ମାନିତ ହୋଇଛି। ଏହି ଅବସରରେ ଅନୁଷ୍ଠାନକୁ ସାର୍ଟିଫିକେଟ ସହିତ ନଗଦ ୨୦୦୦୦ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!