ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ବେଲଗୁଣ୍ଠା:-ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ପଞ୍ଚାୟତର କଇଠରା ଗ୍ରାମରେ ଜଣେ ୧୪ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଏକ ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ତତ୍ପରତା ପ୍ରକାଶ କରି ଗାଙ୍ଗପୁର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପୋଲିସ ସୂଚନା ଓ ଜୈନିକ ନାବାଳିକାର ଲିଖିତ ଅଭିଯୋଗ ଅନୁଯାୟୀ, ଗତ ୧୧ ତାରିଖ ରାତିରେ ନାବାଳିକାଙ୍କ ବାପା-ମାଁ କୌଣସି କାମରେ ବଡଗଡ ଏକ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ଘରେ ୧୪ ବର୍ଷର ନାବାଳିକା ଓ ତାଙ୍କ ଭଉଣୀ ଶୋଇଥିଲେ।ଏହି ସମୟର ସୁଯୋଗ ନେଇ ପ୍ରାୟ ରାତି ୧୧:୩୦ ମିନିଟ୍ ସମୟରେ ସେହି ଗ୍ରାମର କୃଷ୍ଣଚନ୍ଦ୍ର ଡାକୁଆଙ୍କ ପୁଅ ତପନ ଡାକୁଆ (୨୫) ବାରିପଟ ଦେଇ ଆସି ଘରର କବାଟ ବାଡ଼େଇଥିଲା।ନାବାଳିକା ଜଣକ କବାଟ ଖୋଲିବା ମାତ୍ରେ ଅଭିଯୁକ୍ତ ତପନ ଜୋର-ଜବରଦସ୍ତ ତାଙ୍କ ପାଟି ବନ୍ଦ କରି ଦୁଷ୍କର୍ମ କରିଥିଲା।ନାବାଳିକା ଜଣକ ଚିତ୍କାର କରିବାରୁ ଅଭିଯୁକ୍ତ ସେଠାରୁ ଦୌଡ଼ି ପଳାଇଥିଲା।ଅଭିଯୁକ୍ତ ଘଟଣାସ୍ଥଳରୁ ଦୌଡ଼ି ପଳାଉଥିବା ସମୟରେ ଗ୍ରାମର କିଛି ବ୍ୟକ୍ତି ତାକୁ ଦେଖିଥିବା ନେଇ ମଧ୍ୟ ଏହି ଲିଖିତ ଅଭିଯୋଗରେ ଉଲ୍ଲେଖ ରହିଛି ।

ଏହି ସଙ୍ଗୀନ ମାମଲାକୁ ଗୁରୁତର ସହ ନେଇ ଗାଙ୍ଗପୁର ପୋଲିସ କେସ୍ ନମ୍ବର ୨୬୬/୨୬ ରେ ଏକ ମାମଲା ରୁଜୁ କରି ଭାରତୀୟ ନ୍ୟାୟ ସଂହିତା ଧାରା ୬୩୩୨(ଏ)/୬୫(୧) ରେ ଅଭିଯୁକ୍ତ ତପନ ଡାକୁଆକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ନେଇ ଗାଙ୍ଗପୁର ଥାନାଧିକାରୀ ବନବିହାରୀ ପ୍ରଧାନ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!