ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପାଇଲିପଡାରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବେଲଗୁଣ୍ଠା:ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପଞ୍ଚାୟତରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ସୌଜନ୍ୟରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗିପୁର ହରି, ତହସିଲଦାର କଳାକୃଷ୍ଣ ପ୍ରଧାନ, ଗାଙ୍ଗପୁର ଥାନା ଅଧିକାରୀ ବନ ବିହାରୀ ପ୍ରଧାନ ଓ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଥିଲେ। ଶିବିରରେ ବିଶେଷ କରି ଭତ୍ତା,ଆବାସ ଯୋଜନା, ରାସନ୍ କାର୍ଡ,ପାନୀୟ ଜଳ ଭଳି ବିଭିନ୍ନ ବର୍ଗର ମୋଟ ୪୦ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ବେଳେ ୧୬ ଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ସମାଧାନ ପର୍ଯ୍ୟାୟକ୍ରମେ କରାଯିବ ବୋଲି ଉପସ୍ଥିତ ଅଧିକାରୀମାନେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବେଲଗୁଣ୍ଠା ସହ କୃଷି ଅଧିକାରୀ ଶୈଳସୂତା ସାହୁ,ବରିଷ୍ଠ ଆଇନଜୀବି ସୀମାଞ୍ଚଳ ପୃଷ୍ଟିଙ୍କ ସମେତ ବିଭିନ୍ନ ଲାଇନ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!