ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପ୍ରଥମ ଥର ପାଇଁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ମୃତ ଶିକ୍ଷକଙ୍କ ପତ୍ନୀଙ୍କୁ ଗ୍ରାଚ୍ୟୁଇଟି ଏବଂ ଫ୍ୟାମିଲି ପେନସନ ପ୍ରଦାନ

ବେଲଗୁଣ୍ଠା-ବେଲଗୁଣ୍ଠା ବ୍ଳକ୍ ରେ ଗୁଣାତ୍ମକ ଶିକ୍ଷାର ପ୍ରଚାର ପ୍ରସାର ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସ୍ବାର୍ଥ ରକ୍ଷା ଦିଗରେ ନିଜର ନିଆରା କାର୍ଯ୍ୟକ୍ରମ ପାଇଁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷାଧିକାରୀ ଲୋପାମୁଦ୍ରା ରଥ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି।

ଏହି ପରିପ୍ରେକ୍ଷୀରେ ବିଇଓ ଶ୍ରୀମତୀ ରଥଙ୍କ ପ୍ରଚେଷ୍ଟାରେ ଆଜି ବେଲଗୁଣ୍ଠା ବ୍ଳକ୍ ରେ ପ୍ରଥମ ଥର ପାଇଁ ନୂତନ ପେନସନ ଯୋଜନା ଭିତ୍ତିକ ଜଣେ ମୃତ ଶିକ୍ଷକଙ୍କ ପତ୍ନୀଙ୍କୁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ତରଫରୁ ଯଥୋଚିତ ଗ୍ରାଚ୍ୟୁଇଟି ଏବଂ ଫ୍ୟାମିଲୀ ପେନସନ ପ୍ରଦାନ କରାଯାଇଛି। ସୂଚନା ପ୍ରକାରେ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଇନ୍ଦନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ନୂତନ ପେନସନ ଯୋଜନା ଭିତ୍ତିକ ଶିକ୍ଷକ ଚାଲକ୍ ନାଇକ କିଛି ବର୍ଷ ତଳେ ମୃତ୍ୟୁ ବରଣ କରିଥିଲେ। ଆଜି ସ୍ବର୍ଗତ ଶିକ୍ଷକ ଚାଲକ୍ ନାଇକଙ୍କ ଧର୍ମ ପତ୍ନୀ ଝିଲ୍ଲି ନାଇକଙ୍କୁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଗ୍ରାଚ୍ୟୁଇଟି ଏବଂ ଫ୍ୟାମିଲି ପେନସନ ପ୍ରଦାନ କରାଯାଇଥିଲା। ଏହି ଅବସରରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବିଇଓ ଲୋପାମୁଦ୍ରା ରଥ,ଏବିଇଓ ସିମIଞ୍ଚଳ ଜାନି,ଭାରପ୍ରାପ୍ତ ଏବିଇଓ ସନ୍ତୋଷ କୁମାର ପାତ୍ର,କିରାଣୀ ଦନାର୍ଦ୍ଦନ ପରିଚ୍ଛା,ପ୍ରଶାନ୍ତ କୁମାର ସାହୁ ପ୍ରମୁଖଙ୍କ ଉପସ୍ଥିତିରେ ଝିଲିଙ୍କୁ ଗ୍ରାଚ୍ୟୁଇଟି ଏବଂ ଫ୍ୟାମିଲି ପେନସନ ପ୍ରଦାନ କରିଥିଲେ। ବେଲଗୁଣ୍ଠା ବ୍ଳକ୍ ରେ ଏହା ପ୍ରଥମ କାର୍ଯ୍ୟକ୍ରମ ହୋଇଥିବାରୁ ବିଇଓ ଶ୍ରୀମତୀ ରଥଙ୍କ କାର୍ଯ୍ୟଧାରାକୁ ଶିକ୍ଷକ ଶିକ୍ଷୟିତ୍ରୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!