ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବିଶ୍ୱ ସଙ୍ଗୀତ ଦିବସ ଉପଲକ୍ଷେ ଶାସ୍ତ୍ରୀୟ ସଙ୍ଗୀତ ସନ୍ଧ୍ୟା

ରିପୋର୍ଟ-କୁମୁଦ ଚନ୍ଦ୍ର ବେହେରା

ବୁଗୁଡ଼ା:ବିଶ୍ୱ ସଙ୍ଗୀତ ଦିବସ ଉପଲକ୍ଷେ “ସୁର ବସନ୍ତ ସଙ୍ଗୀତ ଅନୁଷ୍ଠାନ” ବୁଗୁଡ଼ା ତରଫରୁ ସ୍ଥାନୀୟ ନ୍ୟୁ ଏରା ପବ୍ଲିକ ସ୍କୁଲରେ ଶାସ୍ତ୍ରୀୟ ସଙ୍ଗୀତ କାର୍ଯ୍ୟକ୍ରମ ‘ସପ୍ତସ୍ୱର’ ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବିଶିଷ୍ଟ ସାହିତ୍ୟିକ ଅନନ୍ତ କର, ଶିକ୍ଷାବିତ୍ ଗୌରୀପତି ଦାଶ, ସଙ୍ଗୀତ ନିର୍ଦ୍ଦେଶକ ଶ୍ୟାମପଦ ହୋତା,ସମାଜସେବୀ ରୋଟାରିଆନ୍ ସରୋଜ ଦାସ ଏବଂ ନ୍ୟୁ ଏରା ପବ୍ଲିକ ସ୍କୁଲର ନିର୍ଦ୍ଦେଶକ ଅନୀଲ ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷା ସଙ୍ଗୀତ ଝରଣା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଛାତ୍ରଛାତ୍ରୀ ସଙ୍ଗୀତ ପରିବେଷଣ କରିଥିଲେ। ଗୁରୁ ବିମଳେନ୍ଦୁ ଆଚାର୍ଯ୍ୟ ଗୁରୁମା ସ୍ଵୟଂପ୍ରଭା ଆଚାର୍ଯ୍ୟ ଓ ଅନନ୍ତ ଚରଣ ସାହୁ ସହଯୋଗ କରିଥିଲେ। ଗୁରୁ ବିମଳେନ୍ଦୁଙ୍କୁ ଗୁରୁଶ୍ରୀ ଓ ଗୁରୁମା ସ୍ଵୟଂପ୍ରଭାଙ୍କୁ ମା’ସରସ୍ଵତୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନ ସଭାପତି ବସନ୍ତ କୁମାର ବିଶୋୟୀ, ସମ୍ପାଦକ ସୂର୍ଯ୍ୟନାରାୟଣ ଆଚାରୀ ଏବଂ ସଭ୍ୟ ତପନ କୁମାର ମହାପାତ୍ର, ଇଂ.କେଦାର ନାୟକ, ମନ୍ମଥ ପାତ୍ର, ଶ୍ରୀଧର ମିଶ୍ର, ରାଜେନ୍ଦ୍ର ପ୍ରଧାନ ଓ ଜଳଧର ନାୟକ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!