ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବେଲଗୁଣ୍ଠା – ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷଠାରେ ସୋମବାର ଏକ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ପ୍ରୋବେସନାରୀ ଆଇ.ଏ.ଏସ୍. ସରନ୍ୟା ସର୍ବଣା, ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଏବଂ ଭଞ୍ଜନଗରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସିଧାସଳଖ ଶୁଣାଣି କରିଥିଲେ ।

ଏହି ଜନଅଭିଯୋଗ ଶିବିରରେ ମୋଟ ୧୬୬ଟି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା। ସେଥିମଧ୍ୟରୁ ୧୪୭ଟି ବ୍ୟକ୍ତିଗତ ସମସ୍ୟା, ୧୦ଟି ସାମୂହିକ ସମସ୍ୟା ଏବଂ ୮ଟି ରେଡକ୍ରସ ସହାୟତା ସମ୍ବନ୍ଧୀୟ ଥିଲା। ଏହି ଶିବିର ଚାଲିଥିବା ସମୟରେ ତତ୍କାଳ ଭାବେ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅବଶିଷ୍ଟ ୧୬୫ଟି ଅଭିଯୋଗର ସଠିକ୍ ଓ ଫଳପ୍ରଦ ସମାଧାନ ନିଶ୍ଚିତ ସମୟସୀମା ମଧ୍ୟରେ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଅଭିଯୋଗ ଶୁଣାଣି ଅବସରରେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ୮ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ମୋଟ ୪୭,୫୦୦ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଶିବିରକୁ ଆସିଥିବା ସ୍ଥାନୀୟ ଜନସାଧାରଣ ଶିକ୍ଷା, କୃଷି, ସ୍ୱାସ୍ଥ୍ୟ, ରାସନ କାର୍ଡ,ସାମାଜିକ ସୁରକ୍ଷା, ଭତ୍ତା, ଖାଦ୍ୟ ସୁରକ୍ଷା, ଗୃହ ନିର୍ମାଣ, ଜୀବିକା ମିଶନ ସମେତ ରାଜସ୍ୱ ଓ ଜମିଜମା ସମ୍ବନ୍ଧୀୟ ବିଭିନ୍ନ ଜଟିଳ ସମସ୍ୟା ବିଷୟରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଏହି ଶିବିରରେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିଙ୍ଗାପୁରମ ହରି, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଜନସାଧାରଣଙ୍କ ସୁବିଧା ଓ ଅଭିଯୋଗ ଗୁଡ଼ିକର ଶୃଙ୍ଖଳିତ ପଞ୍ଜୀକରଣ ପାଇଁ ବେଲଗୁଣ୍ଠା ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ଶିବିରର ସୁପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ, ଯାହା ଫଳରେ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିର ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇପାରିଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!