ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ମୃତ ବିଜେପି କର୍ମୀଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ସୋରଡ଼ା ବିଧାୟକ ପ୍ରତିନିଧି।

ବେଲଗୁଣ୍ଠା-ବେଲଗୁଣ୍ଠା ସହରର ଧୋବା ସାହି ୱାର୍ଡ଼ ନମ୍ବର ୯ ବାସିନ୍ଦା ଜଣେ ସକ୍ରିୟ ତଥା ନିଷ୍ଠାପର ବିଜେପି କର୍ମୀ ରମେଶ ଚନ୍ଦ୍ର ସେଠୀଙ୍କ ଗତକାଲି ଅକାଳ ବିୟୋଗ ଘଟିଛି। ଏହି ଦୁଃଖଦ ଖବର ପାଇ ସୋରଡ଼ା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ ଆଜି ବେଲଗୁଣ୍ଠା ସ୍ଥିତ ମୃତକଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେବା ସହ ଅମର ଆତ୍ମାର ସଦଗତି କାମନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ସ୍ୱର୍ଗତ ରମେଶ ଜଣେ ଆର୍ଥିକ ଅନଗ୍ରସର ବ୍ୟକ୍ତି ହୋଇଥିଲେ ମଧ୍ୟ ଦଳର ସଂଗଠନ ପାଇଁ ତାଙ୍କର ଅବଦାନ ରହୁଥିଲା । ତାଙ୍କର ଅକାଳ ବିୟୋଗ ବେଲଗୁଣ୍ଠା ବିଜେପି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ନାୟକ ପ୍ରକାଶ କରିବା ସହ ଆଗାମୀ ଦିନରେ ସ୍ଥାନୀୟ ବିଜେପି ତଥା ବିଧାୟକଙ୍କ ତରଫରୁ ଶୋକାକୁଳ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବିଧାୟକ ପ୍ରତିନିଧି ଜିତେନ୍ଦ୍ରଙ୍କ ସମେତ ବରିଷ୍ଠ ବିଜେପି ନେତା ନୀଳାଚଳ ମହାପାତ୍ର, ବେଲଗୁଣ୍ଠା ମଣ୍ଡଳ ସମ୍ପାଦକ ସୂର୍ଯ୍ୟ ନାରାୟଣ ତ୍ରିପାଠୀ, ପୂର୍ବତନ କାଉନସିଲର ସୁଲୋଚନା ସେଠୀ ,ଯୁବନେତା ମନମୟ ଖଟେଇ, କୃଷ୍ଣଚନ୍ଦ୍ର ସେଠୀ, ସନ୍ତୋଷ ସେଠୀ, ପ୍ରଭାତ ସେଠୀ, ରାଜେନ୍ଦ୍ର ସେଠୀ, ଚିତ୍ତ ସେଠୀ, ବିଦେଶୀ ସେଠୀ, ଶତ୍ରୁଘ୍ନ ସେଠୀ, ଟୁନା ସେଠୀ ଓ ରାଜୀବ ସେଠୀ ପ୍ରମୁଖ ଉପସ୍ଥିତ ରହି ପରିବାରକୁ ସମବେଦନା ଜଣାଇଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!