ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ପାଇଲିପଡ଼ା ମୁଠା ଷୋହଳ ଖଣ୍ଡ ଗୋପାଳ ସମାଜ ପକ୍ଷରୁ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ

ବେଲଗୁଣ୍ଠା-୦୮/୦୮-ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ମୁଠା ଷୋହଳ ଖଣ୍ଡ ଗୋପାଳ ସମାଜ ପକ୍ଷରୁ ଗୋବରା ବାସୁଦେବପୁର ସ୍ଥିତ ଗୋପାଳ ସମାଜ ଗୃହ ଠାରେ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଠା ସଭାପତି କୈଳାସ ଚନ୍ଦ୍ର ଗୌଡଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ସମାଜ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିବା ସହ ପ୍ରତିଟି ସମ୍ମାନ ଛାତ୍ରଛାତ୍ରୀଙ୍କ ଉତ୍ସାହ ବଢାଇବା ସହିତ ଉନ୍ନତ ଭବିଷ୍ୟତ ପାଇଁ ସେମାନଙ୍କୁ ପ୍ରସ୍ତୁତ କରିଥାଏ କରିଥାଏ ବୋଲି ପ୍ରକାଶ କରିଥିଲେ।

ତେଣୁ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ମାନ ପ୍ରଦାନ କରିବା ପାଇଁ ସମାଜର ପ୍ରତ୍ୟେକ ବର୍ଗ ଆଗେଇ ଆସିବା ଉଚିତ୍ ବୋଲି ବିଧାୟକ ଶ୍ରୀ ବିଷୋୟୀ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ରୂପେ ସୋରଡ଼ା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ,କ୍ଷତ୍ରିୟବରପୁର ସରପଞ୍ଚ କମଳ କୁମାରୀ ପ୍ରଧାନ,ସମିତି ସଭ୍ୟ କୁଞ୍ଜ ବିହାରୀ ନାୟକ,ସମାଜସେବୀ ଗୋପାଳ କୃଷ୍ଣ ରାଉତ,ଗୌରହରି ସ୍ୱାଇଁ,ବିଦ୍ୟାଧର ଗୌଡ଼, ପୁର୍ବତନ ସରପଞ୍ଚ ସଞ୍ଜୟ କୁମାର ପ୍ରଧାନ,ରାଜେନ୍ଦ୍ର ଗୌଡ଼,ରାଧାସ୍ବାମୀ ରାଜୁ, ଯୁଧିଷ୍ଠିର ଗୌଡ଼,କାମରାଜୁ ଗୌଡ଼,ନାରାୟଣ ଗୌଡ଼, ଜୁରେଶ୍ୱର ଗୌଡ଼,ପୂର୍ଣ୍ଣ ଚନ୍ଦ୍ର ଗୌଡ଼ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଉଭୟ ଦଶମ ଶ୍ରେଣୀ ଏବଂ ଯୁକ୍ତ ଦୁଇ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୭୦ ପ୍ରତିଶତରୁ ଅଧିକ ନମ୍ୱର୍ ରଖି ଉତ୍ତୀର୍ଣ୍ଣ ହୋଇଥିବା ସମାଜର ଛାତ୍ରଛାତ୍ରୀଙ୍କୁ ସମାଜ ପକ୍ଷରୁ ସମ୍ମାନିତ କରାଯାଇଥିଲା।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!