ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବୁଗୁଡ଼ାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର

ଭଞ୍ଜନଗର-(ମାଗୁଣୀ ମିଶ୍ର)-ବୁଗୁଡ଼ା ବ୍ଲକ ପରିସର ଠାରେ ସୋମବାର ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଆରକ୍ଷୀ ଅଧୀକ୍ଷକ ହରିଶ ବିଶି ଏବଂ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ପ୍ରମୁଖ ମୋଟ ୧୦୩ଟି ଅଭିଯୋଗର ଶୁଣାଣି କରିଥିଲେ।ପ୍ରାପ୍ତ ଅଭିଯୋଗ ମଧ୍ୟରୁ ୮୭ଟି ବ୍ୟକ୍ତିଗତ, ୧୬ଟି ସାମୂହିକ, ୭ଟି ରେଡକ୍ରସ ସହାୟତା ସମ୍ବନ୍ଧୀୟ ଥିବାବେଳେ ୩ ଅଭିଯୋଗର ତୁରନ୍ତ ସମାଧାନ ଶିବିରରେ କରାଯାଇଥିଲା।

ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ଏବଂ ଫଳପ୍ରଦ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।ଏହି ଅବସରରେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୭ ଜଣ ହିତାଧିକାରୀଙ୍କୁ ମୋଟ ୩୮ ହଜାର ଟଙ୍କାର ଆର୍ଥିକ ସହାୟତା ଓ ୫ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା।

ଶିବିରରେ ଉପସ୍ଥିତ ଜନସାଧାରଣ ଶିକ୍ଷା, କୃଷି, ସ୍ୱାସ୍ଥ୍ୟ, ସାମାଜିକ ସୁରକ୍ଷା ଭତ୍ତା, ଖାଦ୍ୟ ସୁରକ୍ଷା, ଗୃହ ନିର୍ମାଣ, ଜୀବିକା ମିଶନ, ରାଜସ୍ୱ ଏବଂ ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ।ଏହି ଶିବିରରେ ବୁଗୁଡ଼ା ତହସିଲଦାର ତାପସ ରାଉତ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୂତିକୃଷ୍ଣ ପାତ୍ର, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବୁଗୁଡ଼ା ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କର୍ମଚାରୀ ମାନେ ଜନଅଭିଯୋଗ ଶୁଣାଣି ଶିବିରର ସୁପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ l

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!