ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠାରେ ନିଶା ମୁକ୍ତି ଅଭିଯାନ

ବେଲଗୁଣ୍ଠା-୧୩/୦୮-ଭଞ୍ଜନଗର ବାଗଦେବୀ ରୋଡ୍‌ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ, ଶାନ୍ତି ସ୍ରୋତ ଭବନ ଉପସେବା କେନ୍ଦ୍ର ପକ୍ଷରୁ ବେଲଗୁଣ୍ଠା ସରସ୍ୱତୀ ଶିଶୁ ବିଦ୍ୟା ଭବନରେ ନିଶା ମୁକ୍ତି ଅଭିଯାନ ଆୟୋଜିତ ହୋଇଛି। ଛାତ୍ରଛାତ୍ରୀ ଓ ସମାଜ ମଧ୍ୟରେ ନିଶାଦ୍ରବ୍ୟର କୁପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରି ଏକ ନିଶାମୁକ୍ତ ସମାଜ ଗଠନ କରିବା ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ଥିଲା।

ଅଭିଯାନରେ ମୁଖ୍ୟ ସଂଚାଳିକା ରାଜଯୋଗିନୀ ସନ୍ତୋଷିନୀ ଭଉଣୀ ଯୋଗଦେଇ ନିଶା ସେବନର କୁପରିଣାମ ଓ ଏହାଠାରୁ ଦୂରେଇ ରହିବାର ଆବଶ୍ୟକତା ଉପରେ ସଚେତନ କରିଥିଲେ। ବିଦ୍ୟାଳୟ ସମ୍ପାଦକ ସୂର୍ଯ୍ୟ ନାରାୟଣ ପାତ୍ର ଉପସ୍ଥିତ ଥିବାବେଳେ ପ୍ରଧାନ ଆଚାର୍ଯ୍ୟ ଶିବରାମ ପ୍ରଧାନ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କାର୍ଯ୍ୟକ୍ରମରେ ଅନିତା ଭଉଣୀ, ବୈକୁଣ୍ଠ ଭାଇ, ସୁନୀଲ ଭାଇ ଓ ରୋଷନ ଭାଇ ସହଯୋଗ କରିଥିଲେ।ସେହିପରି ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରଠାରେ ମଧ୍ୟ ନିଶା ମୁକ୍ତି ଅଭିଯାନ ପାଳିତ ହୋଇଥିଲା। ଏଠାରେ ଅନୁଷ୍ଠାନର ସଭାପତି ଭି. ଦେବୀ ପ୍ରସାଦ ପାତ୍ର, ସମ୍ପାଦକ ବୁଲୁ ଦାସ, ପ୍ରଧାନ ଆଚାର୍ଯ୍ୟା ବାସନ୍ତୀ ଦାସ ଓ ସମାଜସେବୀ ଶୂଳପାଣି ଶତପଥୀଙ୍କ ସମେତ ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ରହି ନିଶାମୁକ୍ତ ସମାଜ ଗଠନ ପାଇଁ ସଚେତନତାର ବାର୍ତ୍ତା ଦେଇଥିଲେ।

ଉଭୟ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ନିଶାଦ୍ରବ୍ୟଠାରୁ ଦୂରେଇ ରହିବା ସହ ନିଶାର କୁପ୍ରଭାବ ସମ୍ପର୍କରେ ପରିବାର ଓ ସମାଜକୁ ସଚେତନ କରିବାକୁ ଆହ୍ୱାନ ଦିଆଯାଇଥିଲା। ଏଭଳି ଅଭିଯାନ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରି ଏକ ସୁସ୍ଥ ଓ ନିଶାମୁକ୍ତ ସମାଜ ଗଠନରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଛି।

 

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!