ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର

ବେଲଗୁଣ୍ଠା, ୧୪/୯: ବିଘ୍ନବିନାଶକ ତଥା ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜାକୁ ନେଇ ବେଲଗୁଣ୍ଠା ସହର ଓ ଏହାର ଆଖପାଖ ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଆକର୍ଷଣୀୟ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ପୂଜା ମଣ୍ଡପଗୁଡ଼ିକରେ ସୁଉଚ୍ଚ ତୋରଣ, ରଙ୍ଗିନ ଆଲୋକମାଳା ଓ ଆକର୍ଷଣୀୟ ସାଜସଜ୍ଜା ଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରୁଛି।

ସହରର କଳିଙ୍ଗ ବୈଶ୍ୟ ଉଭୟ ଯୁବକ ସଂଘ, ଗୋଲା ସାହି, ରେଡ଼ି ସାହିର ମା’ ଝିକର ଦେବୀ ଯୁବ ଗୋଷ୍ଠୀ, କେଉଟ ସାହି, କୋଳି ସାହିର ଏମ୍‌ବିଡି କ୍ଲବ୍‌, ଗୋପୀନାଥ ସାହିର ଦି ରୟାଲ ଗ୍ୟାଙ୍ଗ, ଜଗନ୍ନାଥପ୍ରସାଦ ରୋଡ୍‌ର ବିଘ୍ନେଶ ୟୁଥ୍‌ କ୍ଲବ୍‌, ଆଳିଆ ସାହି, ଶୁଣ୍ଡି ସାହି, ଚଷା ସାହି, ଲକ୍ଷ୍ମୀ ବଜାର ଓ ତୁଳସୀ ନଗରରେ ମଧ୍ୟ ଗଣେଶ ପୂଜାକୁ ନେଇ ବିଶେଷ ଉତ୍ସାହ ପରିଲକ୍ଷିତ ହୋଇଛି।

ସେହିପରି ‘ଅନ୍‌ଷ୍ଟପେବଲ ବୟେସ୍‌–୨୦୨୨’, ସ୍ବାମୀ ବିବେକାନନ୍ଦ ଶିଶୁ ମନ୍ଦିର, ସାର୍ପ ଏଜୁକେସନ୍‌, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ସରସ୍ବତୀ ଶିଶୁ ବିଦ୍ୟା ଭବନ, କଂସାରି ସାହିର ବ୍ରାଇଟ୍‌ ଏଜୁକେସନ୍‌ କୋଚିଂ ସେଣ୍ଟର ଓ ମଙ୍ଗଳପୁର ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ମଧ୍ୟ ଶ୍ରଦ୍ଧା ଓ ଭକ୍ତିର ସହ ଗଣେଶ ପୂଜା ପାଳନ କରାଯାଉଛି। ନେଟ୍ଟେଙ୍ଗା ନିକଟସ୍ଥ ରତନପୁର ଓ ଗୋବରା-ବାସୁଦେବପୁର ଅଞ୍ଚଳରେ ମଧ୍ୟ ପୂଜା ପାଇଁ ବ୍ୟାପକ ପ୍ରସ୍ତୁତି ସହ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।

ବିଭିନ୍ନ ପୂଜା ମଣ୍ଡପରେ ୧୦୮ ଆଳତି, ଭଜନ ସମାରୋହ ଓ ପ୍ରସାଦ ସେବନର ସୁନ୍ଦର ଆୟୋଜନ କରାଯାଇଛି। ସନ୍ଧ୍ୟା ସମୟରେ ଆଲୋକମାଳାରେ ସଜ୍ଜିତ ମଣ୍ଡପଗୁଡ଼ିକରେ ଭକ୍ତ ଓ ଦର୍ଶକଙ୍କ ଗହଳି ଜମୁଛି। ଯୁବକମାନଙ୍କ ସକ୍ରିୟ ଉଦ୍ୟମରେ ଅନୁଷ୍ଠିତ ଏହି ପୂଜା ଆୟୋଜନ ସହରରେ ଭାଇଚାରା ଓ ସାମାଜିକ ଏକତାର ବାର୍ତ୍ତା ବହନ କରୁଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!