ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଆ ପକ୍ଷ ପାଳନ ଅବସରରେ ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ଛାତ୍ରୀ ପୁରସ୍କୃତ

ରିପୋର୍ଟ-ରକ୍ତସିନ୍ଧୁ ପାଇକରାୟ

ବେଲଗୁଣ୍ଠା-୧୭/୦୪-ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ତୃତୀୟ ବର୍ଷର ଛାତ୍ରୀ କାଜଲ୍ ସ୍ଵାଇଁ ଓଡ଼ିଆ ପକ୍ଷ ପାଳନ ଅବସରରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଓଡ଼ିଆ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି I ରାଜ୍ୟ ସ୍ତରୀୟ ଓଡ଼ିଆ ପକ୍ଷ ପାଳନ କାର୍ଯ୍ୟକ୍ରମର ଅନ୍ତିମ ଦିନ ଭୁବନେଶ୍ୱର ସ୍ଥିତ ଓ.ୟୁ. ଏ.ଟି ର ସମ୍ମିଳନୀ କକ୍ଷରେ ପାଳିତ ଉତ୍ସବରେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଠାରୁ ମାନପତ୍ର, ଟ୍ରଫି ଏବଂ ପାଞ୍ଚ ହଜାର ଟଙ୍କାର ପୁରସ୍କାର ରାଶି ଗ୍ରହଣ କରିଛନ୍ତି କୃତି ଛାତ୍ରୀ କାଜଲ୍ I ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଆଇନ୍ ମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ,ଉପମୁଖ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ଜଣେ ଗ୍ରାମାଞ୍ଚଳର ଛାତ୍ରୀ ପୁରସ୍କୃତ ହେବା ଅଞ୍ଚଳ ପାଇଁ ଗର୍ବ ଏବଂ ଗୌରବ ଆଣି ଦେଇଚି ବୋଲି ଅନୁଷ୍ଠାନ ଅଧ୍ୟକ୍ଷ ଡ.ଗିରିଧର ନାୟକ ପ୍ରକାଶ କରିଛନ୍ତି I ଅନୁଷ୍ଠାନ ଅଧ୍ୟକ୍ଷ ଡା ଗିରିଧର ନାୟକ ଛାତ୍ରୀ କାଜଲ୍ କୁ ଶୁଭେଚ୍ଛା ଜଣାଇବା ସହିତ ରାଜ୍ୟସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି I

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!