ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଜାତୀୟ ଅଗ୍ନିଶମ ସେବା ସପ୍ତାହ ପାଳନ ; ବିଭିନ୍ନ ସ୍ଥାନରେ ସଚେତନତା

ରିପୋର୍ଟ -ମାଗୁଣୀ ମିଶ୍ର 

ଭଞ୍ଜନଗର-୧୮/୪ : ଭଞ୍ଜନଗର ଅଗ୍ନିଶମ ସେବା କେନ୍ଦ୍ର ପକ୍ଷରୁ ଜାତୀୟ ଅଗ୍ନିଶମ ସେବା ସପ୍ତାହ ପାଳନ କରାଯାଉଛି। ଏହା ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ଅଗ୍ନିଶମ ସେବା ଦିବସ ପାଳନ ଅବସରରେ ସର୍ବଭାରତୀୟ ସ୍ତରରେ ଶହୀଦ ହୋଇଥିବା କାର୍ଯ୍ୟରତ ଅଗ୍ନିଶମ ବିଭାଗ କର୍ମଚାରୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଅଗ୍ନିକାଣ୍ଡରେ ବହୁ ଧନ ସମ୍ପତ୍ତି ନଷ୍ଟ ହେଉଥିବା ବେଳେ ତାହାର ସୁରକ୍ଷା ପାଇଁ ସହରର ବିଭିନ୍ନ ସ୍ଥାନରେ ବୁଲି ବୁଲି ଲୋକ ମାନଙ୍କୁ ଅଗ୍ନିକାଣ୍ଡର ସମୟରେ ଭୟଭୀତ ନହୋଇ ସାହସର ସହିତ ମୁକାବିଲା କରିବା ଓ ସତର୍କତା ଅବଲମ୍ବନ ଉପରେ ସଚେତନ କରାଯାଇଥିଲା। ପେଟ୍ରୋଲ ପମ୍ପ,ବସଷ୍ଟାଣ୍ଡରେ ଆକସ୍ମାତ ଅଗ୍ନିକାଣ୍ଡର କିଭଳି ମୁକାବିଲା କରିବେ ଏଥି ସହ ଆଗକୁ ମଧ୍ୟ ବିଭିନ୍ନ ପ୍ରତିଷ୍ଠାନରେ ମକ ଡ୍ରିଲ ଦ୍ୱାରା ଅଗ୍ନିକାଣ୍ଡର ଭୟାବହତା ଏବଂ ନିରାପତ୍ତା ସମ୍ପର୍କରେ ଅବଗତ କରାଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି। ସତର୍କତା ଓ ସୁରକ୍ଷା ଯୋଗୁଁ କିଭଳି ବଡ଼ ଦୁର୍ଘଟଣାକୁ ରୋକାଯାଇ ପାରିବ ସେ ସମ୍ପର୍କରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଭଞ୍ଜନଗର ଅଗ୍ନିଶମ ସେବା କେନ୍ଦ୍ରର ସମସ୍ତ କର୍ମଚାରୀ ସାମିଲ ହୋଇଥିଲେ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!