ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ୨ ଯୁବକ ମୃତ

ରିପୋର୍ଟ -ମାଗୁଣୀ ମିଶ୍ର

ଭଞ୍ଜନଗର -୧୯/୪- : ଭଞ୍ଜନଗର ଜଳଭଣ୍ଡାରରେ ଗାଧୋଇବା ସମୟରେ ବୁଡ଼ି ଯାଇ ଦୁଇ ନାବାଳକ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ସୂଚନା ପ୍ରକାରେ, ଲାଲସିଂ ଗ୍ରାମର କାହ୍ନୁ ପ୍ରଧାନ ଏବଂ ଆଶୁତୋଷ ଭୂୟାଁ ଦୁଇଜଣଙ୍କ ବୟସ ୧୭ ବର୍ଷ ସାଙ୍ଗମାନଙ୍କ ସହ ଘାଇକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ଗାଧୋଇବା ସମୟରେ ହଠାତ ଅସାବଧାନତାବଶତଃ ଗୋଡ ଖସିଯିବାରୁ ଗଭୀର ପାଣି ଭିତରକୁ ପଳାଇଥିଲେ। କେହି କିଛି ଭାବିବା ଆଗରୁ ସବୁ କିଛି ସରିଯାଇଥିଲା। ଅକାତ ଅକାତ ପାଣିରେ ବୁଡ଼ି ଉଭୟଙ୍କ ଜୀବନ ଚାଲିଯାଇଥିଲା। ସାଙ୍ଗମାନେ ଅଗ୍ନିଶମ ବିଭାଗ ଏବଂ ପୋଲିସ କୁ ଖବର ଦେବା ସହ ନିଜେ ସେମାନେ ବଞ୍ଚାଇବା ପାଇଁ ବହୁ ଚେଷ୍ଟା କରିବା ପରେ ମଧ୍ୟ ବଞ୍ଚାଇବାରେ ବିଫଳ ହୋଇଥିଲେ। ପୋଲିସ ବିଭାଗ ଏବଂ ଅଗ୍ନିଶମ ବାହିନୀ ଯାଇ ଗଭୀର ଜଳରୁ ଦୁଇଜଣଙ୍କୁ ଉଦ୍ଧାର କରି ମେଡିକାଲ କୁ ଆଣିଥିଲେ କିନ୍ତୁ ଡାକ୍ତର ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ। ଖବର ପ୍ରଚାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!