ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !! ବେଲଗୁଣ୍ଠାରେ ଉପାଧ୍ୟକ୍ଷା ପଦବୀ ପାଇଁ ଉପନିର୍ବାଚନ ୨୯ରେ:୨୦୨୪ ସାଧାରଣ ନିର୍ବାଚନ ପରେ ଅନାସ୍ଥାରେ ପଦ ହରାଇଥିଲେ ଉପାଧ୍ୟକ୍ଷା ବେଲଗୁଣ୍ଠାରେ ଅଗ୍ରପୂଜ୍ୟଙ୍କୁ ଆବାହନ ବିଭିନ୍ନ ଅନୁଷ୍ଠାନ ଓ ଯୁବକ ସଂଘ ପକ୍ଷରୁ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ସହର ବନ୍ଧୁକ ସହ ଦୁଇଜଣଙ୍କୁ ଗିରଫ କରିଲା ତାରସିଂ ପୋଲିସ ବେଲଗୁଣ୍ଠା ଅଞ୍ଚଳରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଅଟୋ -ବାଇକ୍ ଧକ୍କା : ଅଜା ମୃତ, ନାତି ଗୁରୁତର

ରିପୋର୍ଟ -ମାଗୁଣୀ ମିଶ୍ର 

ଭଞ୍ଜନଗର-୨୧/୪- : ତାରସିଂ ଥାନା ଅନ୍ତର୍ଗତ ଗାଲେରି ଗ୍ରାମ ପୂର୍ବରୁ ଏକ ଅଟୋ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହାତ ହୋଇଛନ୍ତି। ମୃତକ ହେଲେ ଗାଲେରି ଗ୍ରାମର ଚିତ୍ରସେନ ନାଇକ। ତାଙ୍କ ନାତି ରାଜା ନାଇକ ଗୁରୁତର ହୋଇଛନ୍ତି। ତାଙ୍କୁ ଭଞ୍ଜନଗର ହସ୍ପିଟାଲରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୋମବାର ମଧ୍ୟାହ୍ନରେ ଚିତ୍ରସେନ ଓ ତାଙ୍କ ନାତି ରାଜା ଏକ ବାଇକ୍ ରେ ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଗାଲେରି ମଦ ଦୋକାନ ନିକଟ ରାସ୍ତାରେ ଥିବା ଏକ ଖାଲକୁ କାଟି ରାଜା ବାଇକ୍ କୁ ମଝିରେ ନେବା ପାଇଁ ଉଦ୍ୟମ କରିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଅଟୋ ସହ ଧକ୍କା ହୋଇଥିଲା। ଫଳରେ ଅଜାନାତି ବାଇକ୍ ରୁ ଛିଟିକି ଗୁରୁତର ହୋଇଥିଲେ। ଉଭୟଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲକୁ ଅଣାଯାଇଥିଲେ ମଧ୍ୟ ଅଜା ଚିତ୍ରସେନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରାସ୍ତା ଖରାପ ଯୋଗୁ ଏହି ଦୁର୍ଘଟଣା ଘଟିଲା ବୋଲି ସାଧାରଣରେ ଆଲୋଚନା ହେଉଛି। ସୂଚନାଯୋଗ୍ୟ,ଉକ୍ତ ରାସ୍ତା ନିର୍ମାଣ ର ୨ ବର୍ଷ ନ ହେଉଣୁ ଅନେକ ସ୍ଥାନରେ ଖାଲଖମା ହୋଇଗଲାଣି। ଠିକାଦାର ଚୁକ୍ତି ଅନୁସାରେ ନିୟମିତ ମରାମତି କରୁନାହାନ୍ତି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

Leave a Reply

Your email address will not be published. Required fields are marked *

और पढ़ें

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ;ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୫ରୁ ଊର୍ଦ୍ଧ୍ୱ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ୧୫୨ ମିଲିମିଟର ବର୍ଷା ରେକର୍ଡ

ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା: ଗଛ ପଡ଼ିବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ଭୁଷୁଡ଼ିଲା ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ, ଚାଷୀଙ୍କ ଭାତ ହାଣ୍ଡି ଛଡାଇବ କି ଦଇବ !!